ପ୍ରମୂଖ ଖବର
  • କୁଜଙ୍ଗ କୋଠିଆସାହି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା , ହାଇଓ୍ବା ମାଡିଯିବାରୁ ବାପା-ଝିଅ ମୃତ
  • ||
  • ରାୟଗଡ଼ା : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ
  • ||
  • ବଲାଙ୍ଗୀର : ଜାମପଡା ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ
  • ||
  • ରାଜସ୍ଥାନରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୯ ରେକର୍ଡ଼
  • ||
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ନାବାଳିକାକୁ ଧୋକା ଦେଲା ପ୍ରେମିକ, ଦୁଷ୍କର୍ମ ଅଭିଯୋଗରେ ଯୁବକକୁ ବାନ୍ଧିଲା ପୁଲିସ

Published By : Manoj | August 7, 2025 1:08 PM

ନୂଆଗାଁ,୦୭/୦୮: ନାବାଳିକାଙ୍କୁ ପ୍ରେମ ଜାଲରେ ଫଶାଇ ଶରୀରିକ ସମ୍ପର୍କ ରଖିଥିଲେ ପ୍ରେମିକ। ଗର୍ଭବତୀ ହେବା ପରେ ବିବାହ କରିବାକୁ ମନା କରିଦେଇଥିଲା । ହାତୀବାରି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୁଲିସ୍‌ ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। 

ସୂଚନା  ମୁତାବକ, ଯୁବକ ଜଣକ ୨୦୨୪ରୁ  ନାବାଳିକାଙ୍କ ସହ ପ୍ରଥମେ ପ୍ରେମ ସମ୍ପର୍କ  ସ୍ଥାପନ କରିଥିଲେ । ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ । ଫଳରେ ନାବାଳିକା ଗର୍ଭବତୀ ହୋଇଥିଲେ । ଶେଷରେ ଯୁବକ ଜଣକ ନାବାଳିକାଙ୍କୁ ବିବାହ କରିବାକୁ ମନା କରି ଦେଇଥିଲେ । ପୀଡ଼ିତା  ଗର୍ଭବତୀ ହୋଇଥିବା ପରିବାର ଲୋକଙ୍କୁ  କହିଥିଲେ । ଏହା ପରେ ପରିବାର ଲୋକେ ହାତୀବାରି ଥାନାରେ ଅଭିଯୋଗ କରିଥିଲେ । ପୁଲିସ୍‌ ପୋକ୍‌ସୋ ଆକ୍ଟରେ  ମାମଲା ରୁଜୁ କରିବା ସହ  ହାତୀବାରି ପୁଲିସ ଅଭିଯୁକ୍ତ ମନୋଜ କାଣ୍ଡୁଲନାକୁ ଗିରଫ କରି  କୋର୍ଟ ଚାଲାଣ କରିଛି। ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.