ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବାଇକ ଚୋରି ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

Published By : Bijay Swain | May 2, 2025 9:31 PM

ଫିରିଙ୍ଗିଆ,୦୨/୦୫: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ତାର ଆଖପାଖ ଅଞ୍ଚଳ ମାନଙ୍କରେ ବାଇକ ଚୋରି ଦିନକୁଦିନ ବଢ଼ିବାରେ ଲାଗିଛି। ଗତ ତିନିମାସ ମଧ୍ୟରେ ସହରର ବିଭିନ୍ନ ଜାଗାରୁ ପ୍ରାୟ କୋଡିଏ ରୁ ପଚିଶ ଟି ବାଇକ ଚୋରି ହୋଇଥିବା ଜଣାପଡିଛି। ତେବେ ଏହି ପରିପେକ୍ଷୀରେ ଫିରିଙ୍ଗିଆ ପୋଲିସ ଫିରିଙ୍ଗିଆ ବଜାରରୁ ଚୋରି ହୋଇଥିବା ଏକ ବାଇକକୁ ଜବତ କରିବାରେ ସଫଳ ହୋଇଛି। ଏହାସହ ଚୋରି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଦୁଇଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ ତରଫରୁ ସୂଚନା ମିଳିଛିI 

ସୂଚନା ଅନୁସାରେ ଗୋଛାପଡା ଗାଁର ସାଗର କହଁର ନାମକ ଜଣେ ବ୍ୟକ୍ତି ଗତ ୦୧/୦୩/୨୦୨୫ ତାରିଖ ଦିନ ଫିରିଙ୍ଗିଆ ବଜାରରୁ ତାଙ୍କ ବାଇକ ଚୋରି ହୋଇଥିବା ନେଇ ଫିରିଙ୍ଗିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଥିଲା। ତେବେ ନୂଆଗାଁ ପୋଲିସ ବୁଧବାର ପେଟ୍ରୋଲିଙ୍ଗ କରିବା ସମୟରେ ଏକ ନମ୍ୱର ବିହିନ ଗାଡି ଯାଉଥିବାରୁ ସନ୍ଦେହରେ ପୋଲିସ ଗାଡିଟିକୁ ଜବତ କରିଥିଲା।

ପରେ ତଦନ୍ତ କଲାପରେ ଗାଡିଟି ଉକ୍ତ ଚୋରି ଗାଡି ବୋଲି ଜଣାପଡିଥିଲା। ନୂଆଗାଁ ପୋଲିସ ଫିରିଙ୍ଗିଆ ପୋଲିସକୁ ଖବର ଦେବା ପରେ ଫିରିଙ୍ଗିଆ ପୋଲିସ ଜବତ ଗାଡି ସହ ଅଭିଯୁକ୍ତ ମାନଙ୍କୁ ଫିରିଙ୍ଗିଆ ଥାନାକୁ ଆଣିଥିଲା। ତେବେ ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟ୍ୟରେ ଜଣେ କେ. ନୂଆଗାଁ ଥାନା ପଦାସାହିର ଚନ୍ଦ୍ରମଣି ବିଶିମାଝି ବୋଲି ଜଣାପଡିଥିବା ବେଳେ ଅନ୍ୟଜଣେ ସେହି କେ. ନୂଆଗାଁ ଥାନା ନେଡିପଦର ଗାଁର ମୁକେଶ ପ୍ରଧାନ ବୋଲି ଜଣାପଡିଛିI 

ଏହି ଘଟଣାରେ ଫିରିଙ୍ଗିଆ ଥାନାରେ ୫୧/୨୦୨୫ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଜାରିରଖିଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ ଡ଼ିଏସପି ଗୋପୀନାଥ ପ୍ରଧାନ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.