ପ୍ରମୂଖ ଖବର
  • ରାଜ୍ୟରେ ଆଉ ୮ ଶିଳ୍ପକୁ ମଞ୍ଜୁରୀ, ନିବେଶ ହେବ ୧ ଲକ୍ଷ ୫୧ ହଜାର ୨୩୯ କୋଟି ଟଙ୍କା, ଢେଙ୍କାନାଳରେ ବେଦାନ୍ତ କରିବ ପ୍ଲାଣ୍ଟ
  • ||
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ପୁଲିସକୁ ଆକ୍ରମଣ

Published By : Suraj Kumar | June 16, 2025 4:21 PM

ବାଲିକୁଦା, ୧୬/୬ :  ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ରାହାଣରେ ବାଲିକୁଦା ପୁଲିସ ଆକ୍ରମଣର ଶିକାର ହୋଇଛି। ଆକ୍ରମଣରେ ଜଣେ ଏସଆଇ, ଦୁଇ  ଜଣ ଏ ଏସ ଆଇ ଓ ତିନିଜଣ କନଷ୍ଟେବଳ ଆହତ ହୋଇଛନ୍ତି। ଏହି ଆକ୍ରମଣରୁ ଖୋଦ ଥାନାଧିକାରୀ ସୁଶାନ୍ତ ସାହୁ ମଧ୍ୟ ବାଦ୍ ପଡି ନାହାନ୍ତି। ତେବେ ଏକ ଚୋରି ସିମେଣ୍ଟ ବାଲି ଗୋଳା ମିକ୍ସର ମେସିନ ଜବତ କରିବାକୁ ଯାଇ ପୁଲିସ  ଆକ୍ରମଣର ଶିକାର ହୋଇଛି। ଉକ୍ତ ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଥାନାକୁ  ଆଣିଛି ।

ରାହାଣ ଅଞ୍ଚଳରୁ ଉକ୍ତ ମିକ୍ସର ମେସିନ ଚୋରି ହୋଇଥିବା ନେଇ ବାଲିକୁଦା ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ସାଧା ପୋଷାକରେ ଏନେଇ ତଦନ୍ତରେ ଯାଇଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ମାଡ଼ି ବସିଥିଲେ। ତାକୁ କାବୁ କରି ନେବା ସମୟରେ ଅଭିଯୁକ୍ତ ଜଣକ ତାର ପରିବାର ଲୋକଙ୍କୁ ଫୋନ୍ କରି ଜଣାଇଥିଲା।  ଏହା ପରେ ପରିବାର ଲୋକଙ୍କ ସମେତ ୧୦/୧୫ ଜଣ ସଙ୍ଗଠିତ ହୋଇ ରାହାଣ ଯାତ୍ରା ପଡ଼ିଆରେ ପହଞ୍ଚିଥିଲେ। ପୁଲିସ ସହ ଯୁକ୍ତିତର୍କ କରିବା ସହିତ  ଠେଲାପେଲା କରି ଥିଲେ। ପରେ ପୁଲିସକୁ ଆକ୍ରମଣ କରି ଲହୁ ଲୁହାଣ କରିଥିଲେ ‌। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା ଥିବାରୁ ଥାନାଧିକାରୀ ଶ୍ରୀ ସାହୁଙ୍କ ସମେତ ପୁଲିସ କର୍ମଚାରୀ ଉପସ୍ଥିତ ରହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.