ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ତୋଡ଼କା ଜଙ୍ଗଲରୁ ସର୍ଚ୍ଚ ଅପରେସନ ଜୋରଦାର, ୮ ମାଓବାଦୀଙ୍କ ମୃତଦେହ ଉଦ୍ଧାର

Published By : Prameya | February 2, 2025 10:30 AM

ଭୁବନେଶ୍ୱର ୨/୦୨: ଛତିଶଗଡ଼ ସୀମାନ୍ତ ବିଜାପୁରରେ ସୁରକ୍ଷାବାହିନୀର ଜୋରଦାର ସର୍ଚ୍ଚ ଅପରେସନ। ଶନିବାର ଗାଙ୍ଗୁଲୁର ଥାନା ଅନ୍ତର୍ଗତ ତୋଡ଼କା ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୮ ମାଓବାଦୀଙ୍କୁ ଏନକାଉଣ୍ଟର କରିଲେ ସୁରକ୍ଷାବାହିନୀ।  ଏନକାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ଯବାନ । ଘଟଣାସ୍ଥଳରୁ ୮ ମାଓବାଦୀଙ୍କ ମୃତଦେହ ଠାବ ହୋଇଥିବା ବେଳେ ବିପୁଳ ପରିମାଣ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

STF, DRG ଏବଂ CRPF ଜବାନଙ୍କ କୁମ୍ବିଂ ଅପରେସନ ବେଳେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି । ମାଓବାଦୀଙ୍କୁ ମୂଳପୋଛ କରିବା ଅପରେସନ ଲାଗି ଜାରି ରହିଛି । ସେପଟେ ଛତିଶଗଡ଼ରେ ଲଗାତର ଏନକାଉଣ୍ଟର ପରେ ମାଓଗଡ଼ ଭୁଶୁଡ଼ିବାରେ ଲାଗିଛି । ଶାତଧିକ ମାଓବାଦୀ ମୁଣ୍ଡ ଗଡ଼ିବା ପରେ  ମାନେ ମାଓନେତା ହିଡମାଙ୍କୁ ଡିମୋସନ କରିଛି ମାଓ ସଂଗଠନ । ହିଡମାଙ୍କ ବଦଳରେ ଏବେ ବିଜାପୁର ମାଓ ସଂଗଠନର ଦାୟିତ୍ୱ ନେଇଛନ୍ତି ପତିରାମ ମାଝୀ । 

୨୦୨୪ରେ ଛତିଶଗଡ଼ରେ ୧୮୯ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ୫୮ଜଣ ପ୍ରାଣ ହରାଇଛନ୍ତି । ସେହିପରି ୫୦୩ଜଣ ମାଓବାଦୀ ପୋଲିସ ହାତରେ ଗିରଫ ହୋଇଛନ୍ତି । ଫଳରେ ଧୀରେ ଧୀରେ ମାଓ ସଂଗଠନ ଦୁର୍ବଳ ହେବାରେ ଲାଗିଛି । ୨୦୨୫ ଜାନୁଆରୀ ମାସରେ ୨୩ଜଣ ନକ୍ସଲ ଆତ୍ମସମର୍ପଣ କରିଥିବା ବେଳେ ୪୬ଜଣ ମାଓବାଦୀଙ୍କୁ ଗିରଫ ହୋଇଛନ୍ତି । ସେହିପରି ୧୭ଜଣ ମାଓବାଦୀ ଏନକାଉଣ୍ଟରରେ ନିହତ ହୋଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.