ପ୍ରମୂଖ ଖବର
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି

Published By : Manoj | August 2, 2025 8:21 AM

ବ୍ରହ୍ମପୁର ୦୨/୦୮ : ବ୍ରହ୍ମପୁରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର। କବିସୂର୍ଯ୍ୟନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲକୁ ପୁଲିସ ଏନ୍‌କାଉଣ୍ଟ କରିଛି। ଯେଉଁଥିରେ ସୁନୀଲ ଗୋଡ଼ ଗୁଳି ବାଜି ଥିବା ଜଣାପଡିଛି। ଆହତ ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ସୁନୀଲ ନାଁରେ ବିଭିନ୍ନ ଥାନାରେ ରହିଛି ୨୦ଟି ମାମଲା।

ସୂଚନା ଅନୁଯାୟୀ, ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାମରେ ବିଭିନ୍ନ ଥାନାରେ ୨୦ରୁ ଅଧିକ  ମାମଲା ରହିଛି। ଯାହାକୁ ଆଧାର କରି ଗଞ୍ଜାମ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଅପରେସନ । ବ୍ରହ୍ମପୁର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗୋଳନ୍ଥରା ଥାନା ଅଧିକାରୀ ଓ ତାଙ୍କ ଟିମ୍‌ ଅପରାଧୀକୁ ଘେରିବାକୁ ଉଦ୍ୟମ କରିଥିଲେ । ତେବେ ପୁଲିସ ଘେରିବା ଦେଖି ସୁନୀଲ ପ୍ରଥମେ ଗୁଳିଚାଳନା କରିଥିଲା । ଯାହାଫଳରେ କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଶେଷରେ ପୁଲିସ ଗୁଳିରେ ଅପରାଧୀ ସୁନୀଲ ଆହତ ହୋଇଥିଲା । ସୁନୀଲ ବାମ ଗୋଡ଼ରେ ଗୁଳି ବାଜିଛି । ଯେଉଁଥିରେ ସୁନୀଲ ଗୁରୁତର ହୋଇଥିଲା। ଏହାପରେ ତାଙ୍କୁ ଉଦ୍ଧାର ପରେ ବ୍ରହ୍ମପୁର ଏମ୍‌କେସିଜିରେ ଭର୍ତ୍ତି କରାଯାଇଛି। ସେଠାରେ ତାର ଚିକିତ୍ସା ଜାରି ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.