ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ମାଲକାନଗିରି -ଛତିଶଗଡ ସୀମାନ୍ତରେ ପୋଲିସ- ନକ୍ସଲ ମଧ୍ୟ ଗୁଳିବିନିମୟ, ୪ ହାଡ଼କୋର ମାଓବାଦୀ ନିହତ

ମାଲକାନଗିରି ୩୦/୦୪: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ପୋଲିସ ବଡ ଧରଣ ଅପରେସନ। ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ । ଏନ୍‌କାଉଣ୍ଟରେ ୪ ହାଡ଼କୋର ମାଓମାଦୀ ନିପାତ। ଘଟଣା ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର  ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଏବେ ବି ଚାଲିଛି ସର୍ଚ୍ଚ ଅପରେସନ। 

ସୂଚନା ମୁତାବିକ, ମଙ୍ଗଳବାର ଅବୁଜମାଡ ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ସୁରକ୍ଷାକର୍ମୀଙ୍କ ଗୁଇନ୍ଦା ବିଭାଗକୁ ଗୁପ୍ତ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ଏସଟିଏଫ ବାହିନୀ ପକ୍ଷରୁ ସେଠାରେ ଅପରେସନ ଆରମ୍ଭ ହୋଇଥିଲା। ଏନକାଣ୍ଟର ପରେ ଘଟଣାସ୍ଥଳ ଛାଡି ମାଓବାଦୀମାନେ ପଳାୟନ କରିଛନ୍ତି । ତେବେ ଏହି ଏନ୍‌କାଉଣ୍ଟରରେ ୪ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ତେବେ ଏତେ ବଡ଼ ଏନ୍‌କାଉଣ୍ଟର ପରେ ଆକ୍ସନକୁ ଆସିଛନ୍ତି ସୁରକ୍ଷାକର୍ମୀ । ଜବାନଙ୍କ ପକ୍ଷରୁ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ସୂଚନା ଦେଇଛନ୍ତି ବସ୍ତର ଆଇଜି ସୁନ୍ଦରରାଜ ପି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.