ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ; ନ୍ୟାୟ ପାଇବାକୁ ଥାନା ଆଗରେ ବସିଲେ ପ୍ରଥମ ପତ୍ନୀ

Published By : Bijay Swain | March 2, 2025 9:16 PM

ବୋରିଗୁମ୍ମା: ଭୋଜି ଭାତର ଆସର ଚାଲିଥିଲା। ବାଜା ବାଜୁଥିଲା, ବନ୍ଧୁ ବାନ୍ଧଵ ଉପସ୍ଥିତ ଥିଲେ। ସେପଟେ ବିବାହ ବେଦି ବି ସାଜସଜ୍ଜା ହୋଇଥିଲା ଆଉ ଅଳ୍ପ ସମୟ ମଧ୍ୟରେ ବାହାଘର ଆରମ୍ଭ ହୋଇଥାନ୍ତା। ହଠାତ ଲୋକେ କିଛି ବୁଝିବା ଆଗରୁ ପୋଲିସ ବିବାହ ମଣ୍ଡପରେ ପହଞ୍ଚି ବରକୁ ଉଠାଇ ଆଣିଲା ଥାନାକୁ। ଏପଟେ ବର ବିପିନ ସମରଥଙ୍କ ପ୍ରଥମ ସ୍ତ୍ରୀ ବିବାହ ନିମନ୍ତ୍ରଣ କାର୍ଡ ଏବଂ ନିଜ ପୁଅକୁ ନେଇ ବୋରିଗୁମ୍ମା ଥାନା ସମ୍ମୁଖରେ ନ୍ୟାୟ ପାଇବା ପାଇଁ ଧାରଣାରେ ବସିଛନ୍ତି।

ସୂଚନା ଅନୁଯାୟୀ ୧୭ ବର୍ଷ ତଳେ ବିପିନ ସମରଥ ଦୁଲାଗୁଡା ଗ୍ରାମର ଯମୁନା ସମରଥଙ୍କୁ ବିବାହ କରିଥିଲେ ଏବଂ ତାଙ୍କର ୧୬ ବର୍ଷର ପୁଅଟିଏ ମଧ୍ୟ ରହିଛି। ଏମାନଙ୍କୁ ଛାଡି ପିପିନ ସମରଥ ସେହି ଗ୍ରାମର ଗମୋତି ସମରଥଙ୍କୁ ବିବାହ କରିବା ପାଇଁ ସାଜସଜ୍ଜା ହେଉଥିଲେ। ବିପିନଙ୍କ ପ୍ରଥମ ସ୍ତ୍ରୀ କହିଛନ୍ତି  ବିପିନ ଆମକୁ ଛାଡି କେମିତି ଅନ୍ୟତ୍ର ବିବାହ କରୁଛି। ଆମକୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ଥାନା ସମ୍ମୁଖରେ ଧାରଣା ଦେଇ ବସିଛନ୍ତି।

ଗତ ୨୮ ତାରିଖରେ ଯମୁନା ବିପିନଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ। ଆଜି ବୋରିଗୁମ୍ମା ପୋଲିସ ବାହାଘର ଅଟକାଇ ବିପିନଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରୁଛି। ପୋଲିସର ତଦନ୍ତ ପରେ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗର ସତ୍ୟତା କେତେ ଅଛି ଏବଂ ବର ଦ୍ୱିତୀୟ ବିବାହ କରିବା ପୂର୍ବରୁ ପ୍ରଥମ ସ୍ତ୍ରୀ ଙ୍କୁ ଛାଡପତ୍ର ଦେଇଥିଲେ କି ନାହିଁ ତାହା ମଧ୍ୟ ତଦନ୍ତ କରୁଛି ପୋଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.