ପ୍ରମୂଖ ଖବର
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ବଢିଲା ପୋଲିସଙ୍କ ପୋଷାକ ଭତ୍ତା ଏବଂ କନେଷ୍ଟବଳ, ହାବିଲଦାର, ସିପାହୀଙ୍କ ଏକ୍‌ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି

Published By : Prameya | April 24, 2025 10:20 PM

ଭୁବନେଶ୍ବର, ୨୪।୪ : ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ  କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି ।

ଇନ୍ସପେକ୍ଟରମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏଏସ୍‌ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ  ୮୪୦୦ ଟଙ୍କା,   ହାବିଲଦାର, କନେଷ୍ଟବଳ ଓ ସିପାହୀଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା   ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍‌ସ ଆର୍ମି କର୍ମଚାରୀମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ପଦବୀର ସମାନ ର‍୍ୟାଙ୍କର କର୍ମଚାରୀ ଓ ଅଧିକାରୀମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ।

ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।  ଏହାସହିତ ହାବିଲଦାର ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । 

 ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଗୁରୁବାର କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

 ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୋଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ । ବିଶେଷକରି ଅସହାୟ ମାନେ କିଭଳି ଯଥା ଶୀଘ୍ର ସହାୟତା ପାଇବେ, ଅସୁରକ୍ଷିତ ଲୋକେ କିଭଳି ତୁରନ୍ତ ସୁରକ୍ଷା ପାଇବେ ସେଥିପ୍ରତି ଧ୍ୟାନ ଦେବା ।  ସମସ୍ତ ପୋଲିସ ଷ୍ଟେସନରେ ଏଫଆଇଆା ତୁରନ୍ତ ଗ୍ରହଣ ଏବଂ କିଭଳି ଠିକ୍‌ ସମୟରେ ଏହାର ତଦନ୍ତ କରାଯିବ, ସେଥିପ୍ରତି ଯତ୍ନଵାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ପୋଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ବର୍ତ୍ତମାନ ରାଜ୍ୟ  ପୋଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବୀ ଖାଲି ଥିବାବେଳେ, ଆହୁରି ୧୬, ୦୫୯ଟି ନୂଆ ପଦବୀ ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।  ଏସବୁ ପଦବୀ ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୋଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୋଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ ।

 ବୈଠକ ଆରମ୍ଭରେ ପୋଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆ ସ୍ୱାଗତ ଭାଷଣ ଦେଇଥିଲେ। ପୋଲିସ ବାହିନୀର ବିଭିନ୍ନ ବିଭାଗକୁ ସଶକ୍ତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।      କନେଷ୍ଟବଳ, ହାବିଲଦାର ଓ ସିପାହୀ ମହାସଂଘର ସଭାପତି ଅନିଲ  କୁମାର ଷଣ୍ଢ ଧନ୍ୟବାଦ ଅର୍ପଣ କରିଥିଲେ । ସଂଘର ସଂପାଦକ ଶ୍ରୀ କିଶୋର କୁମାର ମହାନ୍ତି ଓ ଅନ୍ୟ ସଦସ୍ୟ ମାନେ ମଧ୍ୟ ଉପସ୍ଥିତ ଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.