ଭୁବନେଶ୍ବର, ୧୭।୧୧ : ପୁଲିସକୁ ମୋଟର ଯାନ ଯାଞ୍ଚ ଅଧିକାର ଦେଇଛନ୍ତି ରାଜ୍ୟ ସରକାର । ଡିସେମ୍ବର ୧ରୁ ପୁଲିସକୁ ଗାଡ଼ି ଯାଞ୍ଚ ଅଧିକାର ମିଳିବ ।ଏହାକୁ ନେଇ ଘରୋଇ ବସ୍ ମାଲିକ ସଂଘ ବସ୍ ଧର୍ମଘଟ ଚେତାବନୀ ଦେଇଛି । ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି, ଯେବେଠୁ ସରକାର ଯାଞ୍ଚ ଅଧିକାର ଦେବେ ସେବେଠୁ ସାରାରାଜ୍ୟରେ ବସ ଚଳାଚଳ ବନ୍ଦ କରାଯିବ ।