ପ୍ରମୂଖ ଖବର
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେକ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୫ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ନିର୍ବାଚନ ଡ୍ୟୁଟି ବେଳେ ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

କଟକ ,୨୫।୬ : ନିର୍ବାଚନ ଡ୍ୟୁଟି ସମୟରେ ଜଣେ ପୋଲିଂ ଅଧିକାରୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁଜାତା ମିତ୍ର। କଟକ ହାଡିବନ୍ଧୁ ବିଦ୍ୟାପୀଠରେ ଥିବା ବୁଥ ରେ ସେ ପୋଲିଂ ଅଧିକାରିଣୀ ଥିଲେ। ଏହି ଘଟଣାରେ ମୁଖ୍ୟ ନିର୍ବାଚନ ଅଧିକାରୀ ଦୁଃଖ ପ୍ରକାଶ କରିବା ସହ ୧୫ ଲକ୍ଷ ଟଙ୍କା ଅନୁକମ୍ପା ସହୟତା ରାଶି ଘୋଷଣା  କରିଛନ୍ତି। 

ସୁଜାତା ମିତ୍ର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। କଟକ-ବାରବାଟୀ ବିଧାନସଭା  ନିର୍ବାଚନମଣ୍ଡଳୀର ବୁଥ ନଂ ୧୧୪  ହାଡିବନ୍ଧୁ ନୋଡାଲ ବିଦ୍ୟାପୀଠରେ ସେ  ପୋଲିଂ ଅଫିସର ଭାବେ ନିଯୁକ୍ତ ହୋଇଥିଲେ। ଡ୍ୟୁଟିରେ ଥିବା ସମୟରେ ସେ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ତୁରନ୍ତ ଏସସିବିରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାରେ ମୁଖ୍ୟ ନିର୍ବାଚନ ଅଧିକାରୀ ଦୁଃଖ ପ୍ରକାଶ କରିବା ସହ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।  ଏହାକୁ ଶୀଘ୍ର କାର୍ଯ୍ୟକାରୀ କରିବାକୁ ନିର୍ଦେଶ ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.