ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜମିପଟ୍ଟା ଦେବା ନାଁରେ ଗରିବ ଆଦିବାସୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

Published By : Prameya | March 7, 2025 9:44 PM

ମାଲକାନଗିରି : ଦଖଲ ଜମିପଟ୍ଟା, ଜଙ୍ଗଲ ଜମି ପଟ୍ଟା ଯୋଗାଇ ଦେବା ଓ ପାଟିସନ ଅନ୍ୟ ଜମିଜମା ମାମଲା ଫଇସଲା କରିବା ପାଇଁ, ମାଥିଲି ତହସିଲର ରାଜସ୍ୱ ନିରୀକ୍ଷକ କାହ୍ନୁଚରଣ ସ୍ୱାଇଁ ଶତାଧିକ ଗରିବ ଆଦିବାସୀ ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲାଞ୍ଚ ନେବାର ଅଭିଯୋଗ ହୋଇଛି। ଏଥିନେଇ ତଦନ୍ତ କରିବା ଓ ଆରଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲ୍ଲାପାଳଙ୍କୁ ଦରଖାସ୍ତ ଦେଇଛନ୍ତି ଜିଲ୍ଲା ଆଦିବାସୀ ସଂଘର କର୍ମକର୍ତ୍ତା ମାନେ। 

ଜିଲ୍ଲା ଆଦିବାସୀ ସଂଘ ସଭାପତି ବାଲରାଜୁ ଗେମେଲ, ସମ୍ପାଦକ କମଲ ସାଇ ମାଝୀଙ୍କ ନେତୃତ୍ୱରେ କିଛି ଗ୍ରାମବାସୀ ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ରାଜସ୍ୱ ନିରୀକ୍ଷକ ଶ୍ରୀ ସ୍ୱାଇଁଙ୍କ ଲାଞ୍ଚ ନେବା କାରବାର ସମ୍ପର୍କରେ ଅଭିଯୋଗ କରିଛନ୍ତି, ଅଭିଯୋଗ ପତ୍ରରେ ଉଲ୍ଲେଖ୍ୟ ରହିଛି ଯେ, ମାଲକାନଗିରି ଜିଲ୍ଲା ମାଥିଲି ତହସିଲ ଅନ୍ତର୍ଗତ ମହୁପଦର, ଗୁରୁଗୁଡା, ପ୍ରେମାଗୁଡା, କସରା ଭଟା ବିଭିନ୍ନ ଗ୍ରାମର ଶତାଧିକ ଆଦିବାସୀ ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା, ଦଖଲ ଜମି ପଟ୍ଟା, ଘରବାଡି ପଟ୍ଟା, ପାଟିସନ କେସ୍‌ ଫୈସଲା ପାଇଁ ଜଣଙ୍କ ପିଛା ୫ହଜାର ୭ହଜାର ପର୍ଯ୍ୟନ୍ତ, ଏପରି ୬ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଲାଞ୍ଚ ନେଇ ଥିଲେ, ଏହା ବ୍ୟତୀତ ଗାଁକୁ ଗଲେ ପେଟ୍ରୋଲ ଖର୍ଚ୍ଚ, କୁକୁଡ଼ା ମାଂସ ଭୋଜି ମଧ୍ୟ ଖାଉ ଥିବାର ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି।

ଏହି ଘଟଣାର ଠିକ୍‌ ଭାବେ ତଦନ୍ତ କରି ଗରିବ ଲୋକଙ୍କ ଟଙ୍କା ଫେରାଇ ଦେବା ସହିତ ଆରଆଇଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳଙ୍କୁ ଆଦିବାସୀ ସଂଘ ଦରଖାସ୍ତ ଦେଇଛନ୍ତି। ଏ ସମ୍ପର୍କରେ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଆଦିବାସୀ ସଂଘର କର୍ମକର୍ତ୍ତାଙ୍କୁ ପ୍ରସ୍ତୁତି ଦେଇ ଥିବାର ଜଣା ପଡିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.