ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜଧାନୀରେ ଲୁଟ୍ ରୋକିବାକୁ ପୋଲିସର ନୂଆ ଷ୍ଟ୍ରାଟେଜି, ଆପାର୍ଟମେଣ୍ଟକୁ ଯାଇ ଲୋକଙ୍କୁ କରିବ ସଚେତନ
  • ||
  • ଆଇଜଲ : ମିଜୋରାମ ବିଧାନସଭା ନିର୍ବାଚନ: ୮ରେ ଶପଥ ନେବେ ଲାଲଦୁହୋମା
  • ||
  • ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ମିଗଜାଉଁ ବଳ କମିଲା, ଦକ୍ଷିଣ ଓ ପଶ୍ଚିମରେ ଅଳ୍ପ ବର୍ଷା ସମ୍ଭାବନା
  • ||
  • କଟକ : ସରିଲା ବାଲିଯାତ୍ରା, ୯ ଦିନରେ ମେଳା ବୁଲିଲେ ୬୦ ଲକ୍ଷରୁ ଅଧିକ
  • ||

ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ, ନିର୍ଦ୍ଵନ୍ଦ୍ଵରେ ହେଲେ ନିର୍ବାଚିତ

ଭୁବନେଶ୍ଵର, ୨୨/୦୯ : ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି। ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନ ଭରି ନଥିବାରୁ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। 

ସେ ବିଧବଦ୍ଧ ଭାବେ ଶପଥ ଗ୍ରହଣ କରି ବାଚସ୍ପତି ଆସନ ଅଳଙ୍କୃତ କରିଛନ୍ତି । ଏହା ସହ ଇତିହାସ ରଚି ଓଡ଼ିଶା ବିଧାନସଭାରେ ପ୍ରଥମ ମହିଳା ବାଚସ୍ପତି ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି । 

ବିରୋଧୀ ଦଳ ନେତା ମଧ୍ୟ ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୃହରେ ନିରପେକ୍ଷତା ନୀତି ଆପଣାଇବାକୁ କହିଛନ୍ତି । ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସର୍ବସମ୍ମତି କ୍ରମେ ନିଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ପ୍ରମିଳା । ଗୃହର ପଦମର୍ଯ୍ୟାଦା ରକ୍ଷା କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରମିଳା । ଗୃହର ସୁପରିଚାଳନାରେ ସହଯୋଗ କରିବାକୁ ସମସ୍ତଙ୍କୁ କହିଛନ୍ତି ବାଚସ୍ପତି ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.