ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଚାଷ କରିବା ବେଳେ ଓଲଟିଲା ପାୱାରଟିଲର, ଚାଷୀ ଗୁରୁତର

Published By : Prameya | May 22, 2025 2:38 PM

ବଣାଇଁ, ୨୨/୦୫ : ପାୱାରଟିଲର ଓଲଟି ଚାଷୀ ଗୁରୁତର। ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଥାନା ଅନ୍ତର୍ଗତ ରୁଗୁଡା ପଞ୍ଚାୟତର ବ୍ରାହ୍ମଣଧର ଗ୍ରାମରେ ଏହି ଅଘଟଣ ଘଟିଛି। ଜଣେ ଚାଷୀ ପାୱାରଟିଲରରେ ହଳ କରୁଥିବା ବେଳେ ତାହା ଓଲଟି ପଡ଼ିଛି। ଫଳରେ ତାଙ୍କ ଗୋଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଗୁରୁବାର ସକାଳେ ବ୍ରାହ୍ମଣୀଧର ଗ୍ରାମର ପରମା କିସାନ ନିଜ ଜମିରେ ହଳ କରୁଥିବା ବେଳେ ଅସାବଧାନତା ହେତୁ ପାୱାରଟିଲରଟି ଓଲଟି ପଡିଥିଲା। ଫଳରେ ତାଙ୍କର ଦୁଇଟି ଯାକ ଗୋଡ ଉପରେ ପାୱାରଟିଲର ଚଢି ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.