ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ପ୍ରଭାସିନୀ ବେହେରା, ଦେବୀ ଶବରଙ୍କୁ ମିଳିଲା ସହାୟତା : ମୁଖ୍ୟମନ୍ତ୍ରୀ ଦେଲେ ନିଯୁକ୍ତି ପତ୍ର, ୧୦ଲକ୍ଷ ଟଙ୍କା ଲେଖାଏଁ ସହାୟତା

Published By : Suraj Kumar | April 30, 2025 8:12 PM

ଭୁବନେଶ୍ୱର, ୩୦।୪ :  କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ ୧୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ।  ମୁଖ୍ୟମନ୍ତ୍ରୀ ସେମାନଙ୍କର ଭଲମନ୍ଦ ପଚାରି ଥିଲେ ଏବଂ ଅଧୈର୍ଯ୍ୟ ନହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ସରକାର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ।

ପ୍ରଭାସିନୀଙ୍କ ସ୍ୱାମୀ ଜଗବନ୍ଧୁ ମାହାଲି ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିଲେ । ଦେବୀଙ୍କ ସ୍ୱାମୀ ଲୋକନାଥ ଶବର ଓ.ଏ.ପି.ଏଫ୍ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ଗତ ୨୨ ତାରିଖରେ ପିସିଆର୍ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ। 

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ହୋମଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡଙ୍ଗୀ  ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଦେବୀ ଓ  ପ୍ରଭାସିନୀ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.