ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ପ୍ରହସନ ପାଲଟିଛି ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା, ଘର ପାଇବାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ

Published By : Harapriya Sethi | April 20, 2025 1:29 PM

ଫିରିଙ୍ଗିଆ,୨୦/୦୪: ସରକାର ଗରିବ, ଖଟିଖିଆ, ଦିନ ମଜୁରିଆ ଓ ଅସହାୟ ପରିବାର ମାନଙ୍କ ମୁଣ୍ଡ ପାଇଁ ଛାତ ଖଣ୍ଡେ ଖଣ୍ଡେ ଯୋଗେଇ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା କରିଛନ୍ତି । ହେଲେ ଏହି ଯୋଜନାରେ ବି ବାଟ ମାରଣା ହେଉଥିବା ଅଭିଯୋଗ ହେଉଛି । ପ୍ରକୃତ ହିତାଧିକାରୀ ସରକାରଙ୍କ ଏହି ପକ୍କା ଘର ଯୋଜନାରୁ ବଞ୍ଚିତ ରହୁଥିବା ବେଳେ ଧନୀ ଓ ମଧ୍ୟବିତ୍ତ ପରିବାରମାନେ ଏହି ଯୋଜନାର ଲାଭ ଉଠାଉଛନ୍ତି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଡିଣ୍ଡିରାଗାଁ ପଞ୍ଚାୟତ ଅନ୍ତର୍ଗତ କୁଡୁକି ଗ୍ରାମରୁ ଏଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି ।

କୁଡୁକି ଗ୍ରାମର ପଣ୍ଡିତ ବିନ୍ଧାଣୀ ନିଜ ସ୍ତ୍ରୀ  ଓ ପିତା ଲେଙ୍ଗୁ ବିନ୍ଧାଣୀଙ୍କୁ ନେଇ ବର୍ଷ ବର୍ଷ ଧରି ଏକ ଝାଟିମାଟି ଘରେ ଦିନ କାଟୁଥିବା ବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଙ୍କ ପାଇଁ ସାତ ସପନ ପାଲଟିଛି । ପ୍ରଶାସନିକ ଅଧିକାରୀ ମାନଙ୍କୁ ବାରମ୍ବାର ଗୁହାରୀ କରି ଆସୁଥିଲେ ମଧ୍ୟ ଏଯାଏଁ ତାଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରୁ ବଞ୍ଚିତ ରଖାଯାଇଛି । ବର୍ତ୍ତମାନ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ସର୍ଭେ ଚାଲିଛି । ହେଲେ ଏଯାଏଁ କୌଣସି ପ୍ରଶାସନିକ ଅଧିକାରୀ ପଣ୍ଡିତଙ୍କ ଘର ବାରଣ୍ଡା ମାଡି ନଥିବା ପଣ୍ଡିତ କହିଛନ୍ତି । ଆଗକୁ ବର୍ଷା ଋତୁ ଆସୁଥିବାରୁ ଘରକୁ ନେଇ ଚିନ୍ତିତ ପଣ୍ଡିତଙ୍କ ପରିବାର । ପଣ୍ଡିତଙ୍କ ଘର ଅଧାଅଧି ଭାଙ୍ଗି ଗଲାଣି । ଅର୍ଥ ଅଭାବ ଯୋଗୁଁ ଘରର ମରାମତି କରି ପାରୁନାହାନ୍ତି ପଣ୍ଡିତ। କୁଲି ମଜୁରୀ କରି ପରିବାର ପୋଷୁଥିବା ପଣ୍ଡିତଙ୍କ ପାଖରେ ଏତେ ଟଙ୍କା ବା ଆସିବ କେଉଁଠୁ, ଯେଉଁଥିରେ ସେ ଘର ମରାମତି କରିବ । ସରକାରୀ ସହାୟତାରେ ମାତ୍ର ୧୦ କେଜି ଚାଉଳ ପାଉଥିବା ପଣ୍ଡିତଙ୍କୁ ବର୍ତ୍ତମାନ ଘର ଚିନ୍ତା ଘାରିଛି । ପ୍ରଶାସନ ତୁରନ୍ତ ଏହି ଗରିବ ପରିବାରକୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ସାମିଲ କରି ଘର ଖଣ୍ଡେ ଯୋଗେଇ ଦେବାକୁ ସାଧାରଣରେ ଦାବି ହେଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.