ମେଷ :ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଓ କୃଷ୍ଣପକ୍ଷ ଯୋଗୁ ଭାଗ୍ୟ, କର୍ମରେ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ :ତୃତୀୟ ଚନ୍ଦ୍ର, ସୋମବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ :ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ :ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ :ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଲୋପ ପାଇବ ଏବଂ କର୍ମତତ୍ପର ରହିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ରୋଗ, ଋଣ, ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା :ଏକାଦଶ ଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା :ଦଶମ ଚନ୍ଦ୍ର, ସୋମବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କର ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ବିଛା :କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତଭେଦ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ :ଅଷ୍ଟମ ଚନ୍ଦ୍ର, ଚତୁର୍ଥୀ ତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର :ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭାଇଭଉଣୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ :ଷଷ୍ଠ ଚନ୍ଦ୍ର, ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ରୋଗ, ଋଣ, ଶତ୍ରୁରୁ ସାମୟିକ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଧନିଷ୍ଠା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୦୨, ଆରାଧନା : ମା’ ଚଣ୍ଡୀ ।

ମୀନ :କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ, ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଦେଖାଦେବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩