ପ୍ରମୁଖ ଖବର
  • ବୌଦ୍ଧ ପୋଲିସକୁ ବଡ଼ ସଫଳତା, ୧୦ ଜଣିଆ ଡକାୟତି ଗ୍ୟାଙ୍ଗ ଧରିଲେ
  • ||
  • ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ, ରତ୍ନଭଣ୍ଡାର ଖୋଲିବା, ମରାମତି ନେଇ ଆଲୋଚନା
  • ||
  • ରାଇଘରରେ ପୋଲିସ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
  • ||
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

କର୍ମୀ ସମ୍ମିଳନୀରେ ଯୋଗ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦେଲେ ନିର୍ବାଚନ ସମ୍ପର୍କିତ ଗୁରୁମନ୍ତ୍ର

ମାଲକାନଗିରି,୨୩/୪ :  ମାଲକାନଗିରି ଜିଲ୍ଲା  ବିଜେଡି କାର୍ଯ୍ୟାଳୟ ଲାଠିଆଗୁଡା ଠାରେ  ଆୟୋଜିତ କର୍ମୀ ସମ୍ମିଳନୀରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ  ଯୋଗ ଦେଇଛନ୍ତି।  ନିର୍ବାଚନ ବୈତରଣୀ କିପରି ପାର ହେବ ସେ ନେଇ  କର୍ମୀଙ୍କୁ ଗୁରୁମନ୍ତ୍ର ଦେଇ ରଣନୀତି ପ୍ରସ୍ତୁତ କରିଥିଲେ। ମାଲକାନଗିରି ଜିଲ୍ଲାର ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ୨ଟି  ଆସନ ଓ ନବରଙ୍ଗପୁର ସାଂସଦ ଆସନ କିଭଳି ବିପୁଳ ସଂଖ୍ୟା ଭୋଟରେ ବିଜେଡି  ବିଜୟ  ହେବ ସେ ନେଇ ଗୁରୁ ମନ୍ତ୍ର ପ୍ରଦାନ କରିଛନ୍ତି ।

ପ୍ରଣବ ପ୍ରକାଶ ଦାଶଙ୍କ ଉପସ୍ଥିତିରେ ପଡିଆ ବ୍ଲକର ସଂଖ୍ୟାଧିକ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ । ମାଲକାନଗିରି ବିଜୁ ଜନତା ଦଳ ଦଳୀୟ ସଙ୍ଗଠନକୁ ମଜବୁତ କରିବା ଏବଂ ରାଜ୍ୟ ବିକାଶ ରଥକୁ ଆଗେଇ ନେବା ନିମନ୍ତେ କର୍ମୀମାନଙ୍କୁ ଉତ୍ସାହିତ କରିଥିଲେ  ।ଏଥିରେ  କୋରାପୁଟ ବିଜେଡି ଜିଲ୍ଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ , ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ବିଧାୟକ ପ୍ରାର୍ଥୀ ମାନସ ମାଡକାମୀ ,ବିଜେଡି କାର୍ଯ୍ୟକାରୀ ସଭାପତି ଦୁର୍ଗା ପ୍ରସାଦ ତ୍ରିପାଠୀ ,ବିଜେଡି ବରିଷ୍ଠ ନେତା ତଥା ଜିଲ୍ଲା ଆଇନଜୀବୀ ସାମ୍ମୁଖ୍ୟ ସଭାପତି ଗୋପାଳ କୃଷ୍ଣ ପଣ୍ଡା ,ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାକର ପ୍ରଧାନ ପ୍ରମୁଖ ଙ୍କ ସହ ମାଲକାନଗିରି ନିର୍ବାଚନ ମଣ୍ଡଳୀ ର ସମସ୍ତ ବରିଷ୍ଠ ସକ୍ରିୟ କାର୍ଯ୍ୟକର୍ତ୍ତା ,ଯୁବ ଛାତ୍ର ମହିଳା ସମସ୍ତେ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.