ବିଜେପିରେ ଯୋଗଦେଲେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷଭ

ଭୁବନେଶ୍ୱର ୨୧/୩: ବିଜେପିରେ ଯୋଗଦେଲେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷଭ ନନ୍ଦ । ଗୁରୁବାର ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ରିଷଭ । ପୂର୍ବରୁ ମଧ୍ଯ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ଆଜି ସେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବସନ୍ତ ପଣ୍ଡା ଓ କେଭି ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ ।