PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ ଷଡଙ୍ଗୀ

ନୁଆଦିଲ୍ଲୀ ୩୦/୫: ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ମୋଦିଙ୍କ ଦ୍ୱିତୀୟ ପାଳି ସରକାରରେ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଲେ ପ୍ରତାପ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରତାପ ଷଡଙ୍ଗୀଙ୍କୁ ରାଷ୍ଟ୍ରମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଓଡିଶାର ମୋଦି ଭାବେ ପରିଚିତ ପ୍ରତାପଙ୍କ ନାମ ଘୋଷଣା ହେବା ସମୟରେ ଶପଥ ଗ୍ରହଣ ଉତ୍ସବରେ ଅତ୍ଯନ୍ତ ଆନନ୍ଦର ଲହରୀ ଖେଳିଯାଇଥିଲା । ସମସ୍ତ ଅତିଥିମାନେ ତାଙ୍କୁ କରତାଳି ଦେଇ ସ୍ୱାଗତ କରିଥିଲେ ।  ୫୪ ତମ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପ୍ରତାପ ଷଡଙ୍ଗୀ ।

ଆଜି ପ୍ରତାପ ଷଡଙ୍ଗୀଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ଯାଳୟରୁ ଫୋନ୍ କଲ୍ ଆସିବା ପରେ ସେ ମନ୍ତ୍ରିମଣ୍ଡଳରେ ସାମିଲ ହେବା ନେଇ ଜଣାପଡିଥିଲା । କହିରଖୁଛୁ ନିଜ ସରଳ ଜୀବନ ଯାପନ ଓ ରାଜନୀତିରେ ଅଭିଜ୍ଞତା ପାଇଁ ପ୍ରତାପ ବେଶ୍ ପରିଚିତ । ସୋସିଆଲ ମିଡିଆରେ ପ୍ରତାପଙ୍କ ଫଟୋ ଘୁରିବୁଲୁଥାଏ । କେତେବେଳେ ଗାଁ ଦାଣ୍ଡରେ ସାଇକେଲ୍ ଚଲାଇ ଯାଉଥିବା, ତ ଆଉ କେତେବେଳେ ଗାମୁଛା ପିନ୍ଧି ନଳକୂପ ନିକଟରେ ଗାଧୋଉଥିବା ଦୃଶ୍ଯ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ । ପ୍ରତାପ ନିଜ ସରଳ ଜୀବନ ଯାପନ ପାଇଁ  ଏବଂ ଲୋକଙ୍କ ସେବା କରିବା ପାଇଁ ରାଜ୍ଯରେ ବେଶ୍ ପରିଚିତ । ତେବେ  ମୋଦିଙ୍କ ମନ୍ତ୍ରିମଣ୍ଡଳରେ ତାଙ୍କୁ କେଉଁ ଦାୟିତ୍ୱ ମିଳିବ ଦେଖିବା ବାକି ରହିଲା ।

ସମ୍ବନ୍ଧିତ ଖବର