ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମମତାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍, 'କେଉଁଠି ଧାମ ତିଆରି କରିବା କୌଣସି ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ଵ ନୁହେଁ'

Published By : Rasmita Pradhan | May 3, 2025 3:05 PM

ଭୁବନେଶ୍ଵର, ୦୩/୦୫ : ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ। ନାଁ ନନେଇ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କହିଲେ ଯିଏ ହିନ୍ଦୁ ସଂସ୍କୃତି, ପରମ୍ପରା ସହ ଖେଳିବ କରିବ, ତାର ଫଳ ସେ ଭୋଗିବ। କେଉଁଠି ଧାମ ତିଆରି କରିବା, କି କେଉଁଠି ଶଙ୍କରାଚାର୍ଯ୍ୟଙ୍କୁ ରଖିବା, କି କେଉଁ ସମୁଦ୍ରକୁ ନାମକରଣ କରିବା କେଉଁ ମୁଖ୍ୟମନ୍ତ୍ରୀଙ୍କର ଦାୟିତ୍ଵ ନୁହେଁ। ଆମେ ସମସ୍ତେ ଜାଣିଛେ ପ୍ରଭୁ ଜଗନ୍ନାଥଙ୍କ ଧାମ କେଉଁଠି ଅଛି।

ପ୍ରକାଶ ଥାଉକି, ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ଉଦ୍ଦିଷ୍ଟ ଦାରୁରେ ଦିଅଁ ଗଢ଼ି ପଶ୍ଚିମବଙ୍ଗ ଦୀଘାରେ ନିର୍ମିତ ନୂଆ ଜଗନ୍ନାଥ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କରାଯାଇଛି । ଆଉ କେହି ନୁହନ୍ତି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ରକ୍ଷକ ଦଇତାପତି ନିଜେ ମୂର୍ତ୍ତି ତିଆରି କରାଇ ଦୀଘା ନେଇ ପ୍ରତିଷ୍ଠା କରାଇଛନ୍ତି । ମହାପ୍ରଭୁଙ୍କ ଏହି ଦାରୁ ମହାବିଭ୍ରାଟ ଜଣା ପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି । ୧୨ ବର୍ଷରେ ଥରେ ସ୍ୱପ୍ନାଦେଶରେ ପ୍ରାପ୍ତ ଏହି ଦୁର୍ଲ୍ଲଭ ଦାରୁର ବଳକା ଅଂଶ ଶ୍ରୀମନ୍ଦିର ମେଘନାଦ ପାଚେରି ଡେଇଁ କେମିତି ଦୀଘାରେ ପହଞ୍ଚିଲା ତାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଛି। ନିଜେ ଆଇନ ତଥା ଦେବୋତ୍ତର ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରରେ ପୁରୋଧା ସାଜିଥିବା ଦଇତାପତି ନିଯୋଗର ସଂପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ବୟାନବାଜିରୁ ହିଁ ଏହି ମହାବିଭ୍ରାଟ ଲୋକଲୋଚନକୁ ଆସିଛି।

ରାମକୃଷ୍ଣ ପ୍ରଥମେ କହିଲେ, ନବକଳେବର ସମୟରେ ବଳକା ଦାରୁରୁ ମୁଁ ନିଜେ ଗଢ଼ି ଆଣିଥିବା ମୂର୍ତ୍ତି ଦୀଘା ମନ୍ଦିରରେ ପ୍ରତିଷ୍ଠା ହୋଇଛି । ଏହି ଦାରୁ ବିଗ୍ରହରେ ବ୍ରହ୍ମ ପ୍ରତିଷ୍ଠା କରାଯିବ । ହେଲେ ଏନେଇ ଦୀଘା ଠାରୁ ପୁରୀ ହୁଲସ୍ତୁଲ ହେବା ପରେ ସେ ସ୍ପଷ୍ଟୀକରଣ ଦେଇଥିଲେ। ସେ କହିଥିଲେ ଯେ, ଜଗନ୍ନାଥ ହେଉଛନ୍ତି ଜଗତର ଠାକୁର। ସାରା ବିଶ୍ଵରେ ତାଙ୍କ ମନ୍ଦିର ନିର୍ମାଣ ହୋଇପାରିବ। କିନ୍ତୁ ବ୍ରହ୍ମ ଏକ, ଅନ୍ୟ ସବୁ ନାସ୍ତି। ବ୍ରହ୍ମ ପ୍ରତିଷ୍ଠା କଥା କହିବା ମିଛ।  

ଏହି ଘଟଣାକୁ ନେଇ ସାରା ରାଜ୍ୟରେ ତମ୍ବି ତୋଫାନ ଉଠିଛି। ଶ୍ରୀମନ୍ଦିର ଡେଇଁ ମହାପ୍ରଭୁଙ୍କ ଦାରୁ ଦୀଘା ଗଲା କେମିତି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ନା ଆଉ କିଏ ଦାୟୀ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

ଏହି ଖବରଟିକୁ ପଢନ୍ତୁ-ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ; ମହାପ୍ରଭୁଙ୍କ ଦାରୁ ବ୍ୟବହାର ନେଇ ତଦନ୍ତ ହେବ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.