ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

ଯୁକ୍ତ ଦୁଇ, ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତି ବୈଠକ : କେନ୍ଦ୍ର ଜଗିବେ ପୁଲିସ, ଲାଗିବ ସିସିଟିଭି

Published By : Prameya | February 5, 2025 7:55 AM

ଭୁବନେଶ୍ୱର, ୦୫/୦୨ : ଯୁକ୍ତ ଦୁଇ ଓ ମାଟ୍ରିକ ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ କରିବାକୁ ବସିଲା ପ୍ରସ୍ତୁତି ବୈଠକ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ-୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍‌  (୧୦ମ) ପରୀକ୍ଷା-୨୦୨୫ ନିମନ୍ତେ ଲୋକସେବା ଭବନରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ଉପସ୍ଥିତ ଥିଲେ । 

ଚଳିତ ବର୍ଷ ଯୁକ୍ତ-୨ କଳାରେ ମୋଟ ୨ ଲକ୍ଷ୪୭ ହଜାର ୩୯୧, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬, ଧନ୍ଦାମୂଳକ ପରୀକ୍ଷାରେ ୫୭୨୧ ଏହିପରି ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷା ଦେବେ । ଏଥିପାଇଁ ମୋଟ ୨୦୫ଟି ପରୀକ୍ଷା ପରିଚାଳନା ହବ୍‌ ହେବା ସହ ୧୨୭୬ ଜଣ କେନ୍ଦ୍ରରେ ପରୀକ୍ଷା କରାଯିବ । ସେହିପରି ମାଟ୍ରିକ ପରୀକ୍ଷାରେ ୫ଲକ୍ଷ ୧୦ ହଜାର ୭୭୮, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୭୭୬୬, ମଧ୍ୟମାରେ ୩୭୯୨ ଏହିପରି ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ମୋଟ ୩୧୩୩ଟି କେନ୍ଦ୍ର କରାଯିବ। ପରୀକ୍ଷା କେନ୍ଦ୍ରରେ ପୁଲିସ ମୁତୟନ ଓ ସିସିଟିଭି ବ୍ୟବସ୍ଥା କରାଯିବ । ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ କିମ୍ବା ଅନ୍ୟ ଇଲେକ୍ଟ୍ରୋନିକ୍‌ ଉପକରଣ ପ୍ରବେଶ କଟକଣା ରହିଛି । ଜିଲ୍ଲାରେ ଏଡିଏମ୍‌ ପାହ୍ୟାର ଜଣେ ଅଧିକାରୀ ନୋଡାଲ ଅଧିକାରୀ ରହିବେ । 

ଏହି ଖବରଟିକୁ ପଢନ୍ତୁ-ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି

ଏହି ବୈଠକ ପରେ ସିଏଚ୍‌ଏସ୍‌ଇ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ କହିଥିଲେ ଯେ, କପି ରୋକିବାକୁ ୫ ସ୍ତରୀୟ ସ୍କ୍ୱାଡ୍‌ ବ୍ୟବସ୍ଥା ହେବ । ସେହିପରି ପ୍ରଶ୍ନପତ୍ର ଲିକ୍‌ କିମ୍ୱା ଗୁଜବ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରାଜ୍ୟରେ ୩୫ ସ୍ଥାନରେ ସେଣ୍ଟ୍ରାଲ ସ୍କ୍ୱାଡ୍‌ ରହିବେ । ପରୀକ୍ଷା ଦିନ ୧୦ରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିବ । ଦିବ୍ୟାଙ୍ଗ ଶିକ୍ଷାର୍ଥୀଙ୍କୁ ଆଉ ଏକ ଘଣ୍ଟା ଅଧିକ ମିଳିବ । ପରୀକ୍ଷାର ଦେଢ଼ ଘଣ୍ଟା ଆଗରୁ ଅର୍ଥାତ ୮ଟା ୩୦ରୁ ପରୀକ୍ଷା ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚିବ। ତେବେ ଏଥର ୧୦ ମାର୍କ ବଦଳରେ ୫ ମାର୍କର ପ୍ରଶ୍ନ ପଡ଼ିବ । ୪୫ ଦିନ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ କରାଯିବାକୁ ଲକ୍ଷ୍ୟ ରହିଥିବା ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.