ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

କେସିଙ୍ଗାରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ; ଶାନ୍ତିଶୃଙ୍ଖଳାର ସହିତ ଘୋଷଯାତ୍ରା ପାଳନ ପାଇଁ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା

Published By : Soubhagya Ranjan | June 14, 2025 10:33 PM

କେସିଙ୍ଗା,୧୪/୦୬: ଆସନ୍ତା ୨୭ ତାରିଖ ଦିନ ହେବାକୁ ଥିବା ରଥ ଯାତ୍ରା ପାଇଁ କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଜଗନ୍ନାଥ ମନ୍ଦିର ପରିସରରେ ଥିବା ଋଷି ସାହା ସଂସୃତି ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କେସିଙ୍ଗା ଗୌତିଆ ତଥା ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ସଭାପତି ଡାକ୍ତର ହେମ ସାଗର ସାହା ଏହି ବୈଠକର ନେତୃତ୍ବ ନେଇଥିଲେ। 

ଶାନ୍ତି ଶୃଙ୍ଖଳାର ସହିତ କିପରି ଘୋଷଯାତ୍ରା ସମ୍ପନ୍ନ ହେବ ସେହି ଉପରେ ବିଶେଷ ଆଲୋଚନା କରାଯାଇ କମିଟି ପକ୍ଷରୁ କେଉଁ ସବୁ ପଦକ୍ଷେପ ଗ୍ରହଣ କରାଯିବ ଓ କେଉଁ ମାନେ କେଉଁ ଦାଏତ୍ୱରେ ରହିବେ ସେ ବିଷୟରେ ବିଶେଷ ଆଲୋଚନା କରାଯାଇଥିଲା। ଏଥିରେ କେସିଙ୍ଗାର ସମସ୍ତ ବିଭାଗର ବିଭାଗୀୟ କର୍ମଚାରୀ ମାନେ ଉପସ୍ଥିତ ରହି ନିଜ ନିଜ କାର୍ଯ୍ୟ ସମ୍ପାଦନ ପାଇଁ ଦାୟୀତ୍ୱ ନେଇଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ କେସିଙ୍ଗା ଏନ୍ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, କେସିଙ୍ଗା ଥାନା ଅଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ର , ହରିଶଙ୍କର ଭୋଇ, ରମେଶ ଚନ୍ଦ୍ର ପଟ୍ଟନାୟକ, ନଳୀନି ପଟ୍ଟନାୟକ, ଶିଲୁ ପରିଡ଼ା, ଗିରିଧାରୀ ଭୋଇ, ଅଭିମନ୍ୟୁ ମହାନନ୍ଦ, ରଘୁ ରାଜ ସିଂ ଓ କେସିଙ୍ଗାର ଅନେକ ଲୋକ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.