ପ୍ରମୂଖ ଖବର
  • ୨୧ରେ ଛତିଶା ନିଯୋଗ ବୈଠକ, ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ନୀତିକାନ୍ତିରେ ଲାଗିବ ମୋହର
  • ||
  • ଟିମ ଇଣ୍ଡିଆର ଇଂଲଣ୍ଡ ଗସ୍ତ: ଆସନ୍ତା୨୩ରେ ହୋଇପାରେ ଦଳ ଘୋଷଣା
  • ||
  • ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୭ ସ୍ଥାନରେ ଚଢାଉ
  • ||
  • ଲକ୍ଷ୍ନୌ: ଚଳନ୍ତା ସ୍ଲିପର୍‌ ବସ୍ ଭୟଙ୍କର ଅଗ୍ନିକାଣ୍ଡ, ୫ ଯାତ୍ରୀଙ୍କ ଚାଲିଗଲା ଜୀବନ,ଏକାଧିକ ଗୁରୁତର, ଦିଲ୍ଳୀରୁ ବିହାରକୁ ୬୦ ଯାତ୍ରୀଙ୍କୁ ନେଇ ଯାଉଥିଲା
  • ||
  • ଘଟଗାଁରେ ବନ ବିଭାଗର ଚଢ଼ାଉ ଜାରି, ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ଫୋର୍ସ ମୁତୟନ
  • ||
  • ପ୍ରକାଶ ପାଇଲା ପ୍ରାଥମିକ, ମାଧ୍ୟମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର: ଆଜିଠୁ ଆବେଦନ, ଜୁନ୍‌ରେ ବଦଳି ନିର୍ଦ୍ଦେଶ
  • ||
  • ଜଳେଶ୍ୱର : ଚଢାଉ ବେଳେ ପୋଲିସ ଗାଡ଼ିକୁ ପିଟିଲା ବାଲି ବୋଝେଇ ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ପୋଲିସ କର୍ମଚାରୀ
  • ||
  • କାଶ୍ମୀର ପୁଲୱାମାରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ
  • ||
  • ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା,୧୦ ଉଗ୍ରବାଦୀ ନିପାତ
  • ||
  • ଓୟୋରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ରାସ୍ତାରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କୁ ଅଟକ ରଖିଛି ପୁଲିସ
  • ||
  • ଆଜିଠୁ ବଢ଼ିବ କାଳବୈଶାଖୀ, ୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ: ୨୧ରୁ କମିପାରେ ତାତି
  • ||

ଶୀତଳ ଷଷ୍ଠି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

Published By : Prameya | May 15, 2025 8:51 PM

ସାହାଜପାଲ/ ବୌଦ୍ଧ, ୧୫/୫ : ସଦର ବ୍ଲକ ତାଳଶରଡ଼ା ପଞ୍ଚାୟତ ଅନ୍ତର୍ଗତ ମାନେଶ୍ଵର ଶୈବ ପୀଠ ମନ୍ଦିରରେ ଗୁରୁବାର ପ୍ରଥମ ଥର ଶୀତଳଷଷ୍ଠି ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା ପରିଷଦର ସଭାପତି ରବିନ୍ଦ୍ର କୁମାର ଦେଓଙ୍କ ସଭାପତିତ୍ୱରେ ଏହି ବୈଠକ ହୋଇଥିଲା । ଏହି ଯାତ୍ରା ଚଳିତ ମାସ ୩୦ରୁ ଜୁନ୍ ୧ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ପାଇଁ ବୈଠକରେ ସର୍ବସମ୍ମତି କ୍ରମେ ଗୃହିତ ହୋଇଛି । 

ଏହି ଶିବ ପାର୍ବତୀ ବିବାହରେ ଶିବଙ୍କର ପିତା ମାତା ଭାବେ ରବୀନ୍ଦ୍ର କୁମାର ଦେଓ(କୁଳୁତାଖାଲି) ମାତା ପାର୍ବତୀଙ୍କର ପିତା ମାତା ଭାବେ ଉତ୍ତମ କୁମାର ବେହେରା( ସଂଗ୍ରାମପୁର )ବିବାହ କାର୍ଯ୍ୟ ସମ୍ପର୍ଣ୍ଣ କରିବା ପାଇଁ ସହମତି ପ୍ରକାଶ କରିଥିବାରୁ ବୈଠକରେ ତାଙ୍କୁ ସ୍ୱାଗତ କରାଯାଇଥିଲା । ବୈଠକରେ ଆଖ ପାଖ ୩୦ ଖଣ୍ଡ ଗାଁର ଗ୍ରାମ୍ୟ କମିଟି ଉପସ୍ଥିତ ରହି ସଭାକୁ ସଫଳ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସମ୍ପାଦକ ଉତ୍ତମ କୁମାର ବେହେରା ସଭା ସାଙ୍ଗ କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.