ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Published By : Ankita S | November 15, 2024 11:42 AM

ନୂଆଦିଲ୍ଲୀ, ୧୫/୧୧: ଜନଜାତି ଗୌରବ ଦିବସ ପାଳନ କରୁଛି ଦେଶ । ଆଦିବାସୀଙ୍କ ଭଗବାନ ତଥା ମହାନ ଜାତୀୟତାବାଦୀ ସଂଗ୍ରାମୀ ବିର୍ସାମୁଣ୍ଡାଙ୍କର ଆଜି ୧୫୦ତମ ଜନ୍ମ ଜୟନ୍ତୀ । ଏହି ଦିନକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଏ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉପରାଷ୍ଟ୍ରପତି ଜଗଦୀପ ଧନକର ପାଲ୍ଲାମେଣ୍ଟ ହାଉସରେ ଥିବା ଭଗବାନ ବିର୍ସାମୁଣ୍ଡାଙ୍କ ପ୍ରତିମୂର୍ତ୍ତୀ ନିକଟରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ତମ ଜୟନ୍ତୀକୁ ଜନଜାତି ଗୌରବ ଦିବସ ଭାବେ ପାଳନ କରାଯାଉଛି । ବିର୍ସା ମୁଣ୍ଡା ମାତୃଭୂମି ପାଇଁ ନିଜର ସର୍ବସ୍ବ ସମର୍ପିତ କରିଥିଲେ । ମହାନ ବ୍ୟକ୍ତିତ୍ବଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ।


ପ୍ରକାଶ ଥାଉ କି, ଜନଜାତି ଗୌରବ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଜମୁଇ ଗସ୍ତ କରିବେ । ସେଠାରେ ୬୬୦୦ କୋଟିର ଯୋଜନାର ଶୁଭାରମ୍ଭ, ଶିଳାନ୍ୟାସ ଓ ଲେକାର୍ପଣ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.