ପ୍ରମୂଖ ଖବର
  • ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ
  • ||
  • Terrorist Attack:ଭୁବନେଶ୍ଵର ଆସିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ, ରେମୁଣା ସରଗାଁରେ ହେବ ଅନ୍ତିମ ସଂସ୍କାର
  • ||
  • ସୁନ୍ଦରଗଡ ନାବାଳିକା ଦୁଷ୍କର୍ମ ଘଟଣା : ମାମଲାର ପୁନର୍ବିଚାର ପାଇଁ ତଳ କୋର୍ଟକୁ ପଠାଇ ଦେଲେ ହାଇକୋର୍ଟ
  • ||
  • ନୂଆପଡ଼ା : ଜେଠୁପାଲି ଗାଁରେ ପୋଲିସର ଚଢ଼ାଉ: ୨୩ ଜୁଆଡ଼ି ଗିରଫ, ନଗଦ ୪୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ଜାମ୍ମୁକାଶ୍ମୀରରେ ଫସିଲେ ରାଉରକେଲା ପର୍ଯ୍ୟଟକ, ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଶାସନକୁ ଅନୁରୋଧ କଲେ ଭଉଣୀ
  • ||
  • ଖୋର୍ଦ୍ଧା : ମିଶନ ଶକ୍ତି କାଫେରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ଅପରାହ୍ନ ୫ଟାରୁ ରାତି ୧୦ଟା ଦର୍ଶନ ମନା
  • ||
  • ୱାଙ୍ଖଡ଼େ ପରାଜୟର ପ୍ରତିଶୋଧ ଉପଲ୍‌ରେ, ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନରାଇଜର୍ସ
  • ||
  • ବୁଧବାର କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • କନ୍ଧମାଳ : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ତିନି ଗୁରୁତର
  • ||
  • କଟକ : ଦୋଳମୁଣ୍ଡାଇ ଛକ ନିକଟସ୍ଥ ଦୋକାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Published By : Harapriya Sethi | April 14, 2025 10:19 AM

ଭୁବନେଶ୍ୱର, ୧୪/୦୪: ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିଜର ଏକ୍ସ ଆକାଉଣ୍ଟ ଜରିଆରେ ଏକ ପୋଷ୍ଟ କରି ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଓଡ଼ିଆ ନବବର୍ଷର ଅଭିନନ୍ଦନ ଦେଇଛନ୍ତି ।




ସେ ଲେଖିଛନ୍ତି ଯେ, "ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।"

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.