ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଦାୟୀ ମନ୍ତ୍ରୀ ପରିଷଦକୁ ରାଷ୍ଟ୍ରପତିଙ୍କ ଡିନର ପାର୍ଟି, ସାମିଲ ହେଲେ ଉପରାଷ୍ଟ୍ରପତି, ବାଚସ୍ପତି, ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୦୬/୦୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଦାୟୀ ମନ୍ତ୍ରୀ ପରିଷଦ ପାଇଁ ରାଷ୍ଟ୍ରପତି ଭବନରେ ଡିନର ପାର୍ଟି ଆୟୋଜନ କରିଥିଲେ । ଏଥିରେ ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ମଧ୍ୟ ସାମିଲ ହୋଇଥିଲେ । ଡିନର ପାର୍ଟିରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ,  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ପ୍ରମୁଖ ଯୋଗଦେଇଥିଲେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଥିଲେ । ରାଷ୍ଟ୍ରପତି ଏହାକୁ  ଗ୍ରହଣ କରି ନୂଆ ସରକାର ଗଠନ ହେବା ପର୍ଯ୍ୟନ୍ତ ଦାୟିତ୍ୱ ସମ୍ଭାଳିବାକୁ  କହିଥିଲେ । ଏଥିସହ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରେମେ ସପ୍ତଦଶ  ଲୋକସଭାକୁ ଭଙ୍ଗ କରିଦେଇଥିଲେ । ଜୁନ୍‌ ୧୬ରେ ସପ୍ତଦଶ ଲୋକସଭାର  କାର୍ଯ୍ୟକାଳ ଶେଷ ହେବାର ଥିଲା । ମୋଦିଙ୍କ ଇସ୍ତଫା ଗ୍ରହଣ କରାଯିବାର  କିଛି ଘଣ୍ଟା ପରେ ରାଷ୍ଟ୍ରପତି ଭବନରେ ଡିନର ପାର୍ଟି ଆରମ୍ଭ ହୋଇଥିଲା ।

  • PrameyaOdia
  • prameya
  • president india
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.