ପ୍ରମୂଖ ଖବର
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ

Published By : Prameya | July 14, 2025 7:57 AM

ଭୁବନେଶ୍ୱର,୧୪/୦୭:  ସୋମବାରଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ  ଆସୁଛନ୍ତି ମହାମହିମ ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । ସୋମବାର ରାଷ୍ଟ୍ରପତି ଭୁବନେଶ୍ୱର ଏମ୍‌ସର ୫ମ  ସମାବର୍ତ୍ତନ ସମାରୋହରେ ଯୋଗ  ଦେବେ । ମଙ୍ଗଳବାର ଶ୍ରୀମତୀ ମୁର୍ମୁ  କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର  ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ  ଅତିଥି ହେବେ । ରେଭେନ୍ସା  ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି  ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ । ପୁଣି ଆଦିକବି ସାରଳା  ଦାସଙ୍କ ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେଇ  କଳିଙ୍ଗ ରତ୍ନ ପୁରସ୍କାର ପ୍ରଦାନ କରିବେ ।  

ଶ୍ରୀମତୀ ମୁର୍ମୁ ସୋମବାର ଅପରାହ୍ନ ୫ଟା  ସମୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ବାହାରି  ୫.୩୦ରେ ଭୁବନେଶ୍ୱର ଏମ୍‌ସରେ ପହଞ୍ଚିବେ।  ସେଠାରେ ତାଙ୍କ ସହିତ କେନ୍ଦ୍ର ଶିକ୍ଷାମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ  ଉପସ୍ଥିତ ରହିବେ । ଏହାପରେ ରାତ୍ରିଯାପନ  କରିବେ ରାଜ୍ୟପାଳ ଭବନରେ । 

ମଙ୍ଗଳବାର  ଶ୍ରୀମତୀ ମୁର୍ମୁ ସକାଳ ୧୦.୧୫ରୁ ରାଜ୍ୟପାଳ  ଭବନରୁ ବାହାରି ୧୧ଟା ବେଳେ କଟକ ରେଭେନ୍ସା  ବିଶ୍ୱବିଦ୍ୟାଳୟରେ ପହଞ୍ଚିବେ । ଏହାପରେ ଦିନ  ୧୨ଟାରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟରେ  ଶିଳାନ୍ୟାସ କରିବେ । ସନ୍ଧ୍ୟା ୬ଟାରେ ଆଦିକବି  ସାରଳା ଦାସଙ୍କ ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେବେ । ସନ୍ଧ୍ୟା ୭.୫୦ଟାରେ ଦିଲ୍ଳୀ ଫେରିଯିବାର  କାର୍ଯ୍ୟକ୍ରମ ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.