ଭୁବନେଶ୍ବର ୨୨/୦୧: ଓଡ଼ିଶା ଆସୁଛନ୍ତି ମହାମିହମ। ଫେବ୍ରୁଆରୀରେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ। ପରେ ଲୋକଭବନରେ ରାତ୍ରୀଯାପନ କରିବେ। ୩ରେ ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ୪ ତାରିଖରେ ଯାଜପୁରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ତେବେ​​​​​​​ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଭୁବନେଶ୍ୱରରେ କମିଶନସନ୍‌ରେଟ୍ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ।