ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଭାରତୀୟ ବଂଶୋଦ୍ଭବଙ୍କ ସହ ଦୀପାବଳି ପାଳିବେ ଜୋ ବାଇଡେନ୍‌

Published By : Tapas Panda | October 28, 2024 7:46 PM

Image Courtesy: ndtv

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବଙ୍କ ସହ ଦୀପାବଳି ପାଳିବେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ । ରାଷ୍ଟ୍ରପତି ଭାବ‌ରେ ବାଇଡେନ ଶେଷ ଥର ଲାଗି ହ୍ବାଇଟ ହାଉସ୍‌ରେ ଦୀପାବଳି  ପାଳନ କରିବେ । ବ୍ଲୁ ରୁମ୍‌ରେ ଏକ ଦୀପ ଜାଳି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ବାଇଡେନ୍‌ । ଏହା ସହ ଉପସ୍ଥିତି ବହୁ ସଂଖ୍ୟକ ଭାରତୀୟ ବଂଶୋଦ୍ଭବଙ୍କୁ ସେ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । 

ସୋମାବାର ରାତିରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ବାଇଡେନ୍‌ଙ୍କ ଉଦବୋଧନ ସହିତ ନାସାର ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କ ଭିଡିଓ ମେସେଜ୍‌ ମଧ୍ୟ ପ୍ରଦର୍ଶିତ ହେବ । ସେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସଏସ୍‌)ରୁ ସୁନୀତା ଓ୍ବିଲିୟମ୍ସ ଭାରତୀୟ ବଂଶୋଦ୍ଭବଙ୍କ ସମେତ ସମଗ୍ର ବିଶ୍ବ ଲାଗି ଲାଗି ଦୀପାବଳି ଅବସରରେ ଭିଡିଓ ମେସେଜ୍‌ ପଠାଇଛନ୍ତି । 

 ଓ୍ବାଇଟ ହାଉସ୍‌ ପକ୍ଷରୁ କୁହାଯାଇଛି ଯେ, ସୁନୀତା ଜଣେ ହିନ୍ଦୁ ଏବଂ ସେ ଦୀପାବଳି ପାଇଁ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ହ୍ବାଇଟ ହାଉସରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦକ୍ଷିଣ ଏସିଆର ଶାସ୍ତ୍ରୀୟ ନୃତ୍ୟ ଏବଂ ସଂଗୀତ ପରିବେଷଣ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.