ପ୍ରମୂଖ ଖବର
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଆଜି ଲାଲକୃଷ୍ଣ ଆଡଭାନିଙ୍କୁ ମିଳିବ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ

Published By : Prameya | March 31, 2024 8:12 AM

ନୂଆଦିଲ୍ଲୀ,୩୧/୦୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର  ୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ କରିଛନ୍ତି । ସମସ୍ତଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ମିଳିଛି । ଏମାନେ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ପି ଭି ନରସିଂହ ରାଓ,  ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଏବଂ କୃଷି ବୈଜ୍ଞାନିକ ଡ. ଏମ୍‌ ଏସ୍‌ ସ୍ୱାମୀନାଥନ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ  ୪ ଜଣଙ୍କ ପରିଜନ ଉପସ୍ଥିତ ରହି ସମ୍ମାନ ଗ୍ରହଣ କରିଛନ୍ତି । ନରସିଂହ ରାଓଙ୍କ  ପୁତ୍ର ପି ଭି ପ୍ରଭାକର ରାଓ, ଚୌଧୁରୀ ଚରଣ ସିଂହଙ୍କ ନାତି ଜୟନ୍ତ ଚୌଧୁରୀ,  କର୍ପୂରୀ ଠାକୁରଙ୍କ ପୁଅ ରାମନାଥ ଠାକୁର ଏବଂ ଡ. ସ୍ୱାମୀନାଥନଙ୍କ ଝିଅ ନିତ୍ୟା  ରାଓ ରାଷ୍ଟ୍ରପତିଙ୍କ ହାତରୁ ପୁରସ୍କାର ଗ୍ରହଣ କରିଛନ୍ତି । ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନିଙ୍କୁ ରବିବାର ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ମିଳିବ ।  

ଖବର ମୁତାବିକ, ଆଜି ରାଷ୍ଟ୍ରପତି ମୁର୍ମୁ ଆଡଭାନିଙ୍କ ବାସଭବନକୁ ଯାଇ ତାଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ରେ ସମ୍ମାନିତ କରିବେ । ସ୍ୱାସ୍ଥ୍ୟାବସ୍ଥା ଖରାପ ଯୋଗୁ ସେ ଶନିବାର ଆସିପାରି ନ ଥିଲେ । ଆଡଭାନିଙ୍କ ବାସଭବନକୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର  ମନ୍ତ୍ରୀ ଅମିତ ଶାହ ଏବଂ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମଧ୍ୟ ଯିବେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.