ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ

Published By : Prameya | July 1, 2025 12:34 PM

ଭୁବନେଶ୍ୱର ୦୧/୦୭: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି । ଜୁଲାଇ ୧୪ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୧୪ ତାରିଖରେ ଭୁବନେଶ୍ୱର ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାସହ ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବେ।

ଜୁଲାଇ ୧୪ରେ ସନ୍ଧ୍ୟା ୫ଟାରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ  ରାଷ୍ଟ୍ରପତି ମୁର୍ମୁ । ଏହା ପରେ ସିଧାସଳଖ ଏମ୍ସ ଅଭିମୁଖେ ଯିବେ । ସେଠାରେ ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । ଏହା ପରେ ରାଜଭବନ ଫେରି ସେଠାରେ ରାତ୍ରୀଯାପନ କରିବେ । ତା’ ପରଦିନ ଅର୍ଥାତ ୧୫ ଜୁଲାଇରେ କଟକ ଅଭିମୁଖେ ଗସ୍ତ କରିବେ । କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.