ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପବିତ୍ର ମହାଶିବରାତ୍ରୀ; ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

Published By : Ankita S | February 26, 2025 10:46 AM

ନୂଆଦିଲ୍ଲୀ,୨୬/୦୨: ଆଜି ଦେବ ଦେବ ମହାଦେବଙ୍କ ଜାଗର ଯାତ୍ରା । ଓମ୍ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ଶିବାଳୟ । ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ । ଚଳଚଞ୍ଚଳ ହୋଇଛି ଶୈବପୀଠ । ପବିତ୍ର ମହାଶିବରାତ୍ରି ପାଇଁ ସବୁଠି ଉତ୍ସବ । ଦର୍ଶନ ପାଇଁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି । ପବିତ୍ର ମହାଶିବରାତ୍ରୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦୌପତୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ।

ଏକ୍ସରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, '' ଦେଶବାସୀଙ୍କୁ ପବିତ୍ର ମହାଶିବରାତ୍ରୀର ଶୁଭେଚ୍ଛା । ଭଗବାନ ମହାଦେବଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହୁ । ମହାଦେବଙ୍କ ଆଶୀର୍ବାଦରୁ ଦେଶ ନିରନ୍ତର ପ୍ରଗତି ପଥରେ ଆଗକୁ ବଢୁ । 

ସୋସିଆଲ ମିଡିଆ ଏକ୍ସରେ ଏକ ଭିଡିଓ ଜରିଆରେ ଶିବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, '' ପବିତ୍ର ଶିବରାତ୍ରୀରେ ଦେଶବାସୀଙ୍କୁ ଶୁଭେଚ୍ଛା । ସୁଖ ସମୃଦ୍ଧି ଆଣନ୍ତୁ ଶଙ୍କର ।  ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି । ଏହି ଦିବ୍ୟ ଅବସର ବିକଶିତ ଭାରତ ସଂକଳ୍ପକୁ ଆହୁରି ମଜବୁତ କରୁ । '' 

ଅଧିକ ପଢନ୍ତୁ...ମହାକୁମ୍ଭରେ ଅନ୍ତିମ ଅମୃତ ସ୍ନାନ, ଭୋର ୫ଟାରୁ ବୁଡ ପକାଇଲେଣି ୨୬ ଲକ୍ଷ ଶ୍ରଦ୍ଧାଳୁ

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିବରାତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି, '' ପବିତ୍ର ମହାଶିବରାତ୍ରୀ ତଥା ଜାଗର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା । ମହାଦେବଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ । '' 

କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶିବରାତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି, '' ପବିତ୍ର ମହାଶିବରାତ୍ରୀରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଭଗବାନ ଭୋଳାନାଥ ଏବଂ ମାତା ପାର୍ବତୀ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧି ଏବଂ ଆଧ୍ୟାତ୍ମିକ ଉର୍ଜାର ସଞ୍ଚାର ହେଉ । ଓଁଃ ନମଃ ଶିବାୟ । '' 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.