ଭୁବନେଶ୍ୱର ୦୨/୦୬: ଆସନ୍ତା ଜୁନ୍ ୧୯ ଓ ୨୦ରେ ଦୁଇ ଦିନିଆ ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି। ଉଭୟ ବାମଘାଟୀ ଉପଖଣ୍ଡର କିଛି ନୂଆ ପ୍ରକଳ୍ପର ଉଦ୍ଘାଟନ୍ କରିବା ସହିତ କିଛି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି ସୂଚନା ମିଳିଛି। ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ସାଂସଦଙ୍କ ସୂଚନା

ସେହିଭଳି ପ୍ରଧାନମନ୍ତ୍ରୀ ନରୋନ୍ଦ୍ର ମୋଦିଙ୍କ ମୟୂରଭଞ୍ଜ ରାଇରଙ୍ଗପୁର ଆସିବା ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଗସ୍ତର ସମ୍ପୂର୍ଣ ରୂପରେଖ ପ୍ରସ୍ତୁତ ହେଉଛି, ଖୁବଶୀଘ୍ର ଚୂଡାନ୍ତ ଗସ୍ତସୂଚୀ ଜଣାପଡିବ କହିଛନ୍ତି ମନ୍ତ୍ରୀ।

ଅଧିକ ପଢ଼ନ୍ତୁ :-  Mohan Government Review: ଆଜିଠୁ ମୋହନ ସରକାରଙ୍କ ବିଭାଗୀୟ ସମୀକ୍ଷା, ମନ୍ତ୍ରୀମାନଙ୍କର ପ୍ରଦର୍ଶନ ଏବଂ ଦକ୍ଷତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ