ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି

Published By : Rasmita Pradhan | July 10, 2025 9:23 AM

ଭୁବନେଶ୍ୱର, ୧୦/୦୭ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୪ ଓ ୧୫ରେ ଦୁଇଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଏହି ଦୁଇଦିନିଆ ଗସ୍ତ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ହୋଇଯାଇଛି । ଜୁଲାଇ ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନରେ ରାଷ୍ଟ୍ରପତି ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୨ ଦିନ ଧରି ଭୁବନେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଜୁଲାଇ ୧୫ ସନ୍ଧ୍ୟାରେ ରାଷ୍ଟ୍ରପତି ନୂଆଦିଲ୍ଲୀ ଫେରିବେ । ୧୪ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଏମ୍ସର ପଞ୍ଚମ ସମାବର୍ତ୍ତନ ଉତ୍ସବ ଓ ୧୫ ତାରିଖ ପୂର୍ବାହ୍ଣରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । 

ଜୁଲାଇ ୧୫ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬ଶହତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ । ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରୁ ପାଛୋଟି ଆଣିବା, ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା, ରାଜଭବନରେ ତାଙ୍କର ସାମୟିକ ରହଣୀ ବ୍ୟବସ୍ଥା, ସୁରକ୍ଷା, କାର୍ଯ୍ୟକ୍ରମସ୍ଥରେ ଅଗ୍ନିଶମ ଓ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ସଡ଼କ ପଥରେ ଯାତ୍ରା ସମୟରେ କାରକେଡ୍‌ ପ୍ଲାନ, ଜରୁରୀକାଳୀନ ସ୍ୱାସ୍ଥ୍ୟ ସେବା, ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ରାସ୍ତାର ପରିଷ୍କାର ପରିଚ୍ଛନ୍ନତା ଉପରେ ଆଜିର ବୈଠକରେ ଆଲୋଚନା ହୋଇଛି । ବୈଠକରେ ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ବିଭିନ୍ନ ବିଭାଗର ସଚିବ, କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ, କଟକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.