ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ

Published By : Tapas Panda | July 14, 2025 11:25 PM

ନୂଆଦିଲ୍ଲୀ: ୟୁକ୍ରେନ ଯୁଦ୍ଧ ବନ୍ଦ ନହେଲେ ରୁଷକୁ ଟାରିଫ୍‌ ଦଣ୍ଡ ଦେବେ ଟ୍ରମ୍ପ ।  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଯଦି ଆଗାମୀ ୫୦ ଦିନ ମଧ୍ୟରେ ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ କୌଣସି ଚୁକ୍ତି ନହୁଏ, ତେବେ ସେ ରୁଷକୁ ଶୁଳ୍କ ଲଗାଇ ଦଣ୍ଡିତ କରିବେ । ସେ ନାଟୋ ସେକ୍ରେଟାରୀ ଜେନେରାଲ ମାର୍କ ରୁଟଙ୍କ ସହ ଏକ ବୈଠକ ସମୟରେ ଏହା କହିଛନ୍ତି । ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ, ଏହି ଶୁଳ୍କ ୧୦୦ ପ୍ରତିଶତ ପର୍ଯ୍ୟନ୍ତ ହୋଇପାରେ। ତେବେ କେଉଁ ଉତ୍ପାଦ ଉପରେ ଏହି ଶୁଳ୍କ ଲାଗୁ କରାଯିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। 

ଆମେରିକା ରାଷ୍ଟ୍ରପତି ଚେତାବନୀ ଦେଇଛନ୍ତି ଯେ, ଯଦି ଯୁଦ୍ଧ ବନ୍ଦ ନହୁଏ, ତେବେ ସେ କଠୋର ଶୁଳ୍କ ଲାଗୁ କରିବେ। ଏହି ଶୁଳ୍କ ରୁଷର ବାଣିଜ୍ୟିକ ଅଂଶୀଦାର ଦେଶଗୁଡ଼ିକ ଉପରେ ମଧ୍ୟ ଲାଗୁ ହେବ । ସେପଟେ ନାଟୋ ମୁଖ୍ୟ ରୁଟ୍ କହିଛନ୍ତି ଯେ, ୟୁକ୍ରେନକୁ ଯୁଦ୍ଧରେ ସାହାଯ୍ୟ କରିବା ପାଇଁ ୟୁରୋପୀୟ ଦେଶ ଆମେରିକାଠାରୁ ଅସ୍ତ୍ରଶସ୍ତ୍ର କିଣିବେ । ଏହି ଅସ୍ତ୍ରଶସ୍ତ୍ର ଏବଂ ସାମରିକ ଉପକରଣ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଶାନ୍ତି ଆଲୋଚନାର ପୁନର୍ବିଚାର କରିବାକୁ ବାଧ୍ୟ କରିପାରିବ। ୟୁକ୍ରେନକୁ କ୍ଷେପଣାସ୍ତ୍ର, ବାୟୁ ପ୍ରତିରକ୍ଷା ପ୍ରଣାଳୀ ଏବଂ ଗୋଳାବାରୁଦ ପରି ବହୁ ପରିମାଣର ସାମରିକ ଉପକରଣ ମିଳିବ । ସେ ଜୋର ଦେଇ କହିଛନ୍ତି ଯେ, ଜର୍ମାନୀ, ଫିନଲ୍ୟାଣ୍ଡ, କାନାଡା, ନରୱେ, ସ୍ୱିଡେନ, ବ୍ରିଟେନ ଏବଂ ଡେନମାର୍କ ଅସ୍ତ୍ରଶସ୍ତ୍ର କିଣି ୟୁକ୍ରେନକୁ ଦେବେ । 

ଟ୍ରମ୍ପ୍ କହିଛନ୍ତି ଯେ, ଏକ ନୂତନ ଚୁକ୍ତି ଅନୁଯାୟୀ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଏବଂ ଗୋଳାବାରୁଦ ଯୋଗାଇବେ । ଫଳରେ ରୁଷର ପ୍ରକୋପରୁ ନିଜକୁ ରକ୍ଷା କରିପାରିବ ୟୁକ୍ରେନ । ସୋମବାର ଓଭାଲ୍ ଅଫିସରେ ରୁଟଙ୍କ ସହ ଏକ ବୈଠକରେ ଟ୍ରମ୍ପ୍ କହିଛନ୍ତି ଯେ,  ଏହି ଅସ୍ତ୍ରଶସ୍ତ୍ରର ଯୋଗାଣ ମଧ୍ୟରେ ଯଦି ୫୦ ଦିନ ମଧ୍ୟରେ ଶାନ୍ତି ଚୁକ୍ତି ନହୁଏ ତେବେ ସମସ୍ତ ରୁଷ ରପ୍ତାନି ଉପରେ ଶତ ପ୍ରତିଶତ ଶୁଳ୍କ ଲଗାଇବୁ । ଟ୍ରମ୍ପ ଏଭଳି ଚେତବାନୀ ମାଧ୍ୟମରେ ରୁଷ ରାଷ୍ଟ୍ରପତି ପୁଟିନଙ୍କୁ ଯୁଦ୍ଧ ବନ୍ଦ କରିବାକୁ ଏକ ଦୃଢ଼ ବାର୍ତ୍ତା ଦେବାକୁ ଚେଷ୍ଟା କରିଛନ୍ତି ବୋଲି ଚର୍ଚ୍ଚା ହେଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.