ପ୍ରମୂଖ ଖବର
  • ସମ୍ବଲପୁର : ଯୁବକଙ୍କୁ ଛୁରୀ ଭୁସି ହତ୍ୟା
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ରେଜଲ୍ଟ; ସ୍ନେହାଶିଷ ଦାସ ଓଡ଼ିଶା ଟପ୍ପର
  • ||
  • ପାରାଦୀପ ପୁରୁଣା ରେଲୱେ ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଗଲା ୪ଟି ବଗି
  • ||
  • ବାହାରିଲା ନିଟ୍ ୟୁଜି ୨୦୨୫ ପରୀକ୍ଷା ଫଳ; neet.nta.nic.inରେ ରେଜଲ୍ଟ
  • ||
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

କୃଷକ ସଂଗଠନ ଓ ଟ୍ରକ୍ ମାଲିକ ସଂଘର ସାମ୍ବାଦିକ ସମ୍ମିଳନୀ

Published By : Harapriya Sethi | June 14, 2025 2:55 PM

ସୋନପୁର,୧୪/୦୬: ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ଓ ଟ୍ରକ୍ ମାଲିକ ସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଗତ ଦିନରେ ଜିଲ୍ଲାରେ ବର୍ଷାରେ ଚାଷୀର ଧାନ କ୍ଷତି ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାହାର ସର୍ଭେ ହୋଇ ପାରିନି । ଏହା ସହ ଇନପୁଟ ସବସିଡି ମଧ୍ୟ ମିଲିପାରିନି । ମଣ୍ଡିରେ ଧାନ ବିକ୍ରି କରିବାକୁ ଚାଷୀକୁ କଟନି ଛଟନିର ଶିକାର ହେବାକୁ ପଡୁଛି ।

ଅନ୍ୟ ପକ୍ଷରେ ଜିଲ୍ଲା ପ୍ରଶାସନ ସମସ୍ତ ମଣ୍ଡି ମାନଙ୍କୁ ବଡ ଟ୍ରକ୍ ଗୁଡିକରେ ଧାନ ଉଠାଇବାକୁ ମନା କରିଥିବାରୁ ସ୍ଥାନୀୟ ଟ୍ରକ୍ ମାଲିକ ମାନେ କ୍ଷତିର ସମ୍ମୁଖୀନ ହେଉଛନ୍ତି । ଏହା ଦ୍ୱାରା ଛୋଟ ଛୋଟ ଗାଡ଼ିରେ ଧାନ ପରିବହନ କରି ଚାଷୀମାନେ ଦିନ ଦିନ ଧରି ମଣ୍ଡିରେ ଧାନ ବିକିବାକୁ ଅପେକ୍ଷା କରିବାକୁ ପଡୁଛି । ଫଳରେ ବିଗତ ବର୍ଷ ମାନଙ୍କରେ ଚାଷୀ ଏହି ସମୟରେ ତାହାର କଷ୍ଟ ଉପାର୍ଜିତ ଫସଲ ବିକ୍ରି କରି ଖୁସିରେ ରହୁଥିବା ବେଳେ ଏହି ବର୍ଷ ଧାନ ବିକ୍ରି କରି ନପାରି ଚିନ୍ତାରେ ରହିଛି । 

ଏହି ସବୁ ଘଟଣାକୁ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାର ଧ୍ୟାନ ଦେଇ ଶୀଘ୍ର ସମାଧାନ ନକଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି ଚାଷୀ ସଂଗଠନ ଓ ଟ୍ରକ୍ ମାଲିକ ସଂଘ । ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଟ୍ରକ୍‌ ମାଲିକ ସଂଘ ସଭାପତି ମୃତ୍ୟୁଞ୍ଜୟ ମିଶ୍ର, ଚାଷୀ ନେତା ବୈକୁଣ୍ଠ ଶତପଥୀ, ପ୍ରଦୀପ ପୁରୋହିତ, ନରେନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ଏହି ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.