ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ

Image Courtesy: opindia

ନୂଆଦିଲ୍ଲୀ, ୧୯/୦୪ : ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ। ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ମତଦାନ। ୧୦୨ ଆସନରେ ୧୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର। ଏହି ମହାପର୍ବରେ ସାମିଲ ହୋଇ ବହୁ ସଂଖ୍ୟାରେ ମତଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ଅପିଲ୍ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ଥର ଭୋଟ ଦେଉଥିବା ଯୁବ ଭୋଟର ବହୁତ ସଂଖ୍ୟାରେ ଆସନ୍ତୁ। 

ସେହିପରି ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଅଧିକ ସଂଖ୍ୟାରେ ମତଦାନ ପାଇଁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ଆଜି ଗୁରୁତ୍ଵପୂର୍ଣ୍ଣ ଦିନ। ସମସ୍ତେ ମତଦାନ ସାବ୍ୟସ୍ତ କରନ୍ତୁ। ଏତଦ୍ ବ୍ୟତୀତ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଯୁବ ଓ ପ୍ରଥମ କରି ଭୋଟ ଦେଉଥିବା ବ୍ୟକ୍ତିଙ୍କୁ ମତଦାନ କରିବାକୁ ଅପିଲ୍ କରିଛନ୍ତି। 

ସୂଚନାନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୧.୮୭ ଲକ୍ଷ ପୋଲିଂ ବୁଥ୍‌ରେ ୧୬.୬୩ କୋଟିରୁ ଅଧିକ ଭୋଟର ମୋଟ ୧,୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଏମାନଙ୍କ ମଧ୍ୟରୁ ୧,୪୯୧ ପୁରୁଷ ଓ ୧୩୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ମୋଟ ପ୍ରାର୍ଥୀଙ୍କ ମଧ୍ୟରେ ବହୁଜନ ସମାଜ ପାର୍ଟି (ବସପା)ର ସର୍ବାଧିକ ୮୬ ରହିଥିବା ବେଳେ ବିଜେପିର ୭୭, କଂଗ୍ରେସର ୫୬, ଏଆଇଏଡିଏମ୍‌କେର ୩୬, ଡିଏମ୍‌କେର ୨୨, ଟିଏମ୍‌ସିର ୫ ଓ ଆର୍‌ଜେଡିର ୪ ରହିଛନ୍ତି ।

Also Read :-

ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ୍ ଦେଲେ ସାଉଥ୍‌ ଫିଲ୍ମର ଅଭିନେତା, ରଜନୀକାନ୍ତଙ୍କ ପାଇଁ ଲାଗିଲା ପ୍ରବଳ ଗହଳି




  • prameyanews
  • PrameyaOdia
  • prameya
  • General Election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.