ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା ସମ୍ମେଳନରେ ହେବେ ସାମିଲ

Published By : Harapriya Sethi | January 22, 2025 8:11 AM

ଭୁବନେଶ୍ୱର, ୨୨/୦୧: ସଫଳତାର ସହ ସରିଛି ୩ ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ। ଏବେ ରାଜ୍ୟ ସରକାରଙ୍କ ଫୋକସରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ। ସେଥିପାଇଁ ଦେଶର ସବୁ ବଡ଼ ଶିଳ୍ପପତିଙ୍କୁ ସରିଲାଣି ନିମନ୍ତ୍ରଣ। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ । ଦିନ ୧୦ଟା ୩୫ ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୧୦ଟା ୫୫ରେ ଜନତା ମଇଦାନ ଯିବେ । ସେଠାରେ ଉତ୍କର୍ଷ ଓଡ଼ିଶା ସମ୍ମେଳନରେ ସାମିଲ ହେବେ । ଦିନ ୧୧ଟାରୁ ସାଢ଼େ ୧୨ଟା ଯାଏ ସମ୍ମେଳନରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ । ମଧ୍ୟାହ୍ନ ୧୨ଟା ୩୫ରେ ସେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ । ୧୨ଟା ୫୫ ମିନିଟରେ ସେ ବିମାନ ଯୋଗେ ଫେରିଯିବେ ବୋଲି ସୂଚନା ମିଳିଛି ।

ସେପଟେ ପରିସ୍ଥିତି ଅନୁକୂଳ ଥିବାରୁ ଶିଳ୍ପପତିଙ୍କ ସୁଅ ଛୁଟିବ ବୋଲି ଆଶା ରଖିଛନ୍ତି ଅର୍ଥନୀତି ବିଶେଷଜ୍ଞ । ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବାକୁ ଥିବା ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ରେ ଯୋଗଦେବେ ଦେଶର ବଡ଼ ବଡ଼ ଶିଳ୍ପପତିଙ୍କ ସମେତ ବହୁ ବିଦେଶୀ ପୁଞ୍ଜି ନିବେଶକ। ଏନେଇ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି ଯେ, ପୂର୍ବ ସରକାର ଅମଳରେ କେବଳ ମେଟାଲ୍ ଭିତ୍ତିକ ଶିଳ୍ପକୁ ଅଗ୍ରାଧିକାର ଦିଆଯାଉଥିଲା। ନୂଆ ସରକାର ନିଯୁକ୍ତିଭିତ୍ତିକ ଶିଳ୍ପକୁ ଅଧିକ ଗୁରୁତ୍ୱ ଦେଉଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.