PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ରାଜୁ ଶ୍ରୀବାସ୍ତବଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ, ଯଥା ସମ୍ଭବ ସହାୟତା ଯୋଗାଇ ଦେବାକୁ ଦେଲେ ପ୍ରତିଶୃତି

ନୂଆଦିଲ୍ଲୀ, ୧୨/୦୮ : ବିଶିଷ୍ଟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର ରାତି ୧୦ଟାରେ ରାଜୁଙ୍କ ପତ୍ନୀ ଶିଖା ଶ୍ରୀବାସ୍ତବଙ୍କୁ ଫୋନ୍ କରି ପ୍ରଧାନମନ୍ତ୍ରୀ ରାଜୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଚିକିତ୍ସା ପାଇଁ ଯଥା ସମ୍ଭବ ସାହାଯ୍ୟ ଯୋଗାଇ ଦେବାକୁ କହିଛନ୍ତି। ଅପର ପକ୍ଷରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ରାଜୁଙ୍କ ସ୍ଵାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।

ପ୍ରକାଶ ଥାଉକି, ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ଵାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି। ସେ ଏବେ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ଅଛନ୍ତି। ତାଙ୍କର ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ। ହୃଦ୍‌ଘାତ ହେବା ଫଳରେ ତାଙ୍କର ବ୍ରେନ୍ ଡ୍ୟାମେଜ୍ ହୋଇଯାଇଛି। ଗତ ୨ ଦିନ ହେଲା ସେ ବେହୋସ୍ ଅଛନ୍ତି। ରାଜୁଙ୍କ ଝିଅ ଅନ୍ତରା ଶ୍ରୀବାସ୍ତବ ଏବଂ ବନ୍ଧୁ ସୁନୀଲ ପାଲ ତାଙ୍କ ସ୍ଵାସ୍ଥ୍ୟାବସ୍ଥାର ଅପଡେଟ୍ ଦେଇ ପ୍ରାର୍ଥନା କରିବାକୁ ଅପିଲ୍ କରିଛନ୍ତି।

ରାଜୁଙ୍କ ଚିକିତ୍ସା କରୁଥିବା କାର୍ଡିଓଲୋଜିଷ୍ଟ ଡଃ ସନ୍ଦୀପଙ୍କ ମୁତାବକ ହୃଦ୍‌ଘାତ ହେବାର ୪୮ ଘଣ୍ଟା ମଧ୍ୟରେ ରାଜୁ ଗୋଟିଏ ଥର ପାଦ ହଲାଇଛନ୍ତି। ଯାହାକି ଏକ ଭଲ ସଙ୍କେତ ବୋଲି ଡାକ୍ତର କହିଛନ୍ତି।