ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆଜିଠୁ ୪୮ ଘଣ୍ଟା ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୩୦/୫: ଆସନ୍ତା ୧ ତାରିଖରେ ଅନ୍ତିମ ପର୍ଯ୍ୟାୟ ଲୋକସଭା ନିର୍ବାଚନ। ଏଥିପାଇଁ ଶେଷ ଆଜି ଶେଷ ହେଉଛି ପ୍ରଚାର। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ମୋଦି। ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ ରକ୍‌ ମେମୋରିଆଲ୍‌ରେ ଦୀର୍ଘ ୪୮ ଘଣ୍ଟା ଧରି ଧ୍ୟାନ କରିବେ ମୋଦି। ୨୦୧୯ ନିର୍ବାଚନରେ କେଦାରନାଥରେ ତପସ୍ୟାରେ ବସିଥିବା ବେଳେ ଚଳିତଥର ବଦଳିଛି ମୋଦିଙ୍କ ଧ୍ୟାନ ସ୍ଥାନ । ନିର୍ବାଚନୀ ପ୍ରଚାର ସରୁସରୁ ଗତ ଥର ଭଳି ଚଳିତ ନିର୍ବାଚନ ସମୟରେ ମଧ୍ୟ ତପସ୍ୟା କରିବେ  । ତାମିଲନାଡୁର କନ୍ୟାକୁମାରୀ ଜିଲ୍ଲାରେ ଥିବା ବିବେକାନନ୍ଦ ରକ୍ ମେମୋରିଆଲରେ ଆଜିଠୁ ଜୁନ ୧ ତାରିଖ ଯାଏଁ ଧ୍ୟାନ କରିବେ ମୋଦି । ଏନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି ।

ମୋଦିଙ୍କ ଏହି କାର୍ଯ୍ୟକ୍ରମ ପାଇଁ କଡା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ମୋଦି ଧ୍ୟାନସ୍ଥ ଥିବା ବେଳେ ଏହି ସମୟରେ ତାଙ୍କୁ ୨୦୦୦ର ପୋଲିସକର୍ମୀ ଜଗିବେ। ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସମୟରେ ବିଭିନ୍ନ ସୁରକ୍ଷା ଏଜେନ୍ସି କଡା ନଜର ରଖିବେ। ସୁରକ୍ଷା ଦୃଷ୍ଟିରୁ ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ସମୁଦ୍ରକୂଳ ବନ୍ଦ ରହିବ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.