ଭୁବନେଶ୍ୱର,୧୭/୧୨: ନୂଆବର୍ଷ ୨୦୨୫ର ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଜାନୁଆରୀ ୮,୯, ୧୦ରେ ଭୁବନେଶ୍ୱରର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ । ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ସମେତ ଦେଶ, ବିଦେଶର ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଅତିଥି ଭାବେ ଯୋଗ ଦେବେ ।
ସେହିପରି ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ବି ପ୍ରଧାନମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି ।