ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୦ରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ

Image source:

ଭୁବନେଶ୍ବର,୪।୫  :  ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍କାନନରେ ଓଡିଶା । ନିର୍ବାଚନ ପ୍ରଚାରରେ ସପ୍ତାହକ ଭିତରେ ଦୁଇ ଦୁଇ ଥର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ରବିବାର  ଆସି   ମୋଦି ଭୁବନେଶ୍ବରରେ ରାଜଭବନରେ ରହିବେ । ୬ ତାରିଖରେ ବ୍ରହ୍ମପୁର ଓ ନବରଙ୍ଗପୁରରେ ଜନସଭାରେ ନିର୍ବାଚନ ପ୍ରଚାର କରିବେ । । ପୁଣି ୧୦ରେ ଆଉ ଥରେ ଆସି ରାଜଧାନୀ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ  କରିବେ ।  ୧୧ରେ ବଲାଙ୍ଗୀରର କଣ୍ଟାବାଞ୍ଝିରେ ଭୋଟ ପ୍ରଚାର କରିବେ ବୋଲି ଜଣାପଡିଛି।  

ନିର୍ବାଚନ ପ୍ରଚାର ପାଇଁ ରବିବାର ରାତି ସାଢେ ୯ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ  ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ ଦି । ୬ ତାରିଖ ସକାଳୁ ବ୍ରହ୍ମପୁର ଅଭିମୁଖେ ବାହାରି ଯିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ ମୋଦି । ତାପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । 

ପୁଣି ୪ ଦିନ ପରେ ଆଉ ଥରେ ଭୁବନେଶ୍ବର ଆସି ରୋଡ ସୋରେ କରିବେ । ୧୧ରେ  ବଲାଙ୍ଗିର କଣ୍ଟାବାଞ୍ଝି ଯାଇ ଦଳର ନିର୍ବାଚନ ସଭାରେ ଯୋଗ ଦେଇ ଦଳ ପାଇଁ ଭୋଟ ପ୍ରଚାର କରିବେ । କଣ୍ଟାବାଞ୍ଜିରେ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର ନେଇ କେନ୍ଦ୍ରମନ୍ତ୍ରୀ ଧର୍ମନେଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.