ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ଶିଶୁ ଦିବସ ଅଭିଭାଷଣ ବେଳେ ଟଳି ପଡ଼ିଲେ ପ୍ରଧାନଶିକ୍ଷକ, ଶିକ୍ଷକ ଓ ଛାତ୍ରଛାତ୍ରୀ ମର୍ମାହତ

କଣ୍ଟାବାଞ୍ଜି, ୧୪।୧୧: ବଲାଙ୍ଗିର ଜିଲ୍ଲା ତୁରେକେଲାର ବ୍ଲକ୍ ଅନ୍ତର୍ଗତ କୁଇବାହାଲ ପଲି ବିକାଶ ପଞ୍ଚାୟତ ହାଇସ୍କୁଲରେ ଧୁମଧାମ ପାଳନ ହୋଇଥିଲା ଶିଶୁ ଦିବସ । ଠିକ୍ ଏତିକି ବେଳେ ସ୍କୁଲ୍ ପରିସରରେ ଘଟିଥିଲା ଅଘଟଣ । ପ୍ରଧାନଶିକ୍ଷକ ପର୍ଶୁରାମ ଦାସ ଶିଶୁ ଦିବସରେ ଅଭିଭାଷଣ ଦେବା ସମୟରେ ହଠାତ୍ ଟଳି ପଡ଼ିଥିଲେ । ପରେ ସହଯୋଗୀ ଶିକ୍ଷକମାନେ ଚିକିତ୍ସା ପାଇଁ ତାଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନା ଆଣିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । 

ପର୍ଶୁରାମଙ୍କ ଘର କଟକ ଜିଲ୍ଲା ଛତିଆ ଅଞ୍ଚଳରେ ହୋଇଥିବାବେଳେ କଣ୍ଟାବାଞ୍ଜି ସହରରେ ଭଡ଼ା ଘରେ ରହି କୁଇବାହାଲ ହାଇସ୍କୁଲରେ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ । କଣ୍ଟାବାଞ୍ଜି ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ମୃତ ଶରୀର ହସ୍ତାନ୍ତର କରାଯିବ । ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ପରେ ବିଦ୍ୟାଳୟ ପରିସରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.