ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ରଗଡି ସବଜେଲ୍‌ରେ ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା

ଯାଜପୁର, ୦୬/୧୨ : ଯାଜପୁର ରୋଡ ରଗଡି ସବଜେଲ୍‌ରେ ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା। ବୁଧବାର ସାଢେ ୧୧ଟାରେ ଜେଲ ଭିତରେ ଥିବା ନବନିର୍ମାଣଧୀନ ଗୃହ ମଧ୍ୟରେ କଏଦୀ ଜଣକ ଏକ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସୁରକ୍ଷା କର୍ମୀଙ୍କ ସହାୟତାରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଯାଜପୁର ରୋଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। 

ସୂଚନା ମୁତାବକ, କଏଦୀ ଜଣକ ୪୯ ଦିନ ହେବ ବିଚାରଧୀନ କଏଦୀ ଭାବେ ରଗଡି ସବଜେଲରେ ଥିଲେ। ତାଙ୍କ ନାଁ ବଳରାମ ବେହେରା (୨୮ ବର୍ଷ) ବୋଲି ଜଣାପଡିଛି। ଖବର ପାଇ ଯାଜପୁର ରୋଡ଼ ଓ କୋରେଇ ପୋଲିସ ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.