ପ୍ରମୂଖ ଖବର
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ଝାରସୁଗୁଡାରେ ଜଳିଗଲା ଘରୋଇ ବସ୍‌, ନିଆଁ ଆୟତ୍ତ କଲା ଅଗ୍ନିଶମ ବାହିନୀ

Published By : Harapriya Sethi | August 9, 2025 12:01 PM

ଝାରସୁଗୁଡା,୦୯/୦୮: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । 

ସୂଚନା ମୁତାବକ, ସକାଳ ପ୍ରାୟ ସାଢେ ୯ ଟା ସମୟରେ ଏଭଳି ଦୁର୍ଘଟଣା ଘଟିଥିଲା । ରାକ୍ଷୀ ପୂର୍ଣ୍ଣିମାରେ ଛୁଟି ଥିବାରୁ ବସ୍‌ ଚାଳକ ବସ୍‌କୁ ନେଇ ଗ୍ୟାରେଜକୁ ଆସୁଥିଲେ । ବସ୍‌ଟି ରାସ୍ତାରେ ଯାଉଥିବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା । ନିଆଁ ଲାଗିବା କ୍ଷଣି ଚାଳକ ବସ୍‌ରୁ ଡେଇଁ ନିଜକୁ ରକ୍ଷା କରିଥିଲେ । ବ୍ୟାଟେରୀରୁ ସଟ୍ ସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ବସ୍‌ଟି କାରଖାନା ଶ୍ରମିକଙ୍କୁ ନେବା ଆଣିବା କାର୍ଯ୍ୟରେ ନିୟୋଜିତ ହୋଇଥାଏ । ମାତ୍ର ଆଜି ଛୁଟି ଥିବାରୁ ବସ୍‌ଟି କୁଆଡେ ଯାଇ ନଥିବା ଜଣାପଡିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.