ପ୍ରମୂଖ ଖବର
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କ୍ୟାସ୍ ମ୍ୟାନେଜମେଣ୍ଟ ସଂସ୍ଥାର ଅର୍ଥ ଆତ୍ମସାତ୍ ଅଭିଯୋଗ; ୩ ଗିରଫ

Published By : Harapriya Sethi | July 25, 2025 10:03 AM

କୋରାପୁଟ,୨୫/୦୭: ହିଟାଚି କ୍ୟାସ୍ ମ୍ୟାନେଜମେଣ୍ଟ ସଂସ୍ଥାର ୧୧ ଲକ୍ଷ ୪ ହଜାର ୩୭୦ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ କୋରାପୁଟ ଟାଉନ ଥାନା ପୁଲିସ ୩ଜଣଙ୍କୁ ଗିରଫ କରିଛି ।  ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର ସୂଚନା ଦେଇଛନ୍ତି । 

ସୂଚନା ମୁତାବକ, କୋରାପୁଟ ବ୍ରାଞ୍ଚ୍ ମ୍ୟାନେଜର ଆକ୍ସିସ ବ୍ୟାଙ୍କରେ ଟଙ୍କା ଡିପୋଜିଟ୍ ନିମନ୍ତେ ବାଇକରେ ଯିବାବେଳେ କିଛି ଦୁର୍ବୃତ୍ତ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ନେଇ ଭୁବନେଶ୍ୱର ରିଜିଓନାଲ୍ ଅଫିସର ମ୍ୟାନେଜର ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁଯାୟୀ ଟାଉନ ଥାନାରେ ଏକ ମାମଲା ରୁଜୁ କରିବା ପରେ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଛାନଭିନ୍ ଆରମ୍ଭ ହୋଇଥିଲା। ପୁଲିସ ପ୍ରଥମେ କୋରାପୁଟ ବ୍ରାଞ୍ଚ ମ୍ୟାନେଜରଙ୍କୁ ପଚରାଉଚରା ପରେ ସିସିଟିଭି ଫୁଟେଜରୁ ନିଜେ ନାଟକ ରଚିଥିବା ଜାଣିବାକୁ ପାଇଥିଲେ। ଅଭିଯୁକ୍ତ ଶିବ ପ୍ରସାଦ ନାଗକୁ ଜୟପୁର ଗୋପବନ୍ଧୁ ନଗରଠାରୁ ଗିରଫ କରି ଜେରା କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଥିଲା। ଘଟଣାରେ ତିନି ଜଣଙ୍କୁ ପୁଲିସ ଗିରଫ କରିଥିବା ବେଳେ ଜଣେ ଅଭିଯୁକ୍ତ ଫେରାର ଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି । ଅଭିଯୁକ୍ତମାନଙ୍କ ନିକଟରୁ ପୁଲିସ ୪ ଲକ୍ଷ ୧୦ ହଜାର ୩୧୦ ଟଙ୍କା ଓ ଅପରାଧରେ ବ୍ୟବହୃତ ଏକ ମୋଟର ସାଇକେଲ ଜବତ କରିଛି। ଗିରଫ ତିନି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.