ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଘନ କୁହୁଡ଼ି ଯୋଗୁଁ ଓଲଟିଲା ଘରୋଇ ଯାତ୍ରୀବାହୀ ବସ୍, ୨ ଗୁରୁତର

Published By : Harapriya Sethi | January 24, 2025 12:04 PM

ଆଠଗଡ଼,୨୪/୦୧: ବିଳମ୍ବିତ ରାତ୍ରରେ ଘନ କୁହୁଡ଼ି ଯୋଗୁଁ ଓଲଟିଲା ଗୋରୀ ନାମକ ଘରୋଇ ଯାତ୍ରୀବାହୀ ବସ୍ । ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ବେଳେ ପୁରୁଣା କଟକ-ସମ୍ବଲପୁର ରାସ୍ତାର ଦ୍ଵାରବତୀପୁର ଗାଁ ପାଖରେ ରାସ୍ତା ତଳକୁ ଖସି ପଡିଲା ବସ୍ । ୨ ଜଣ ଗୁରୁତର ଆହତଙ୍କୁ କଟକ ସ୍ତାନାନ୍ତର କରାଯାଇଛି । କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଗୋରୀ ନାମକ ଏକ ଯାତ୍ରୀବାହୀ ବସ୍‌ ଆଠଗଡ଼ ମହାକାଳବସ୍ତ ଝରଣ ଗାଁର ୨୫ ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କୁ ଘଟଗାଁ ତାରିଣୀ ଦର୍ଶନ ପାଇଁ ନେଇ ଯାଇଥିଲା । ଗୁରୁବାର ବିଳମ୍ୱିତ ରାତିରେ ସେଠାରୁ ଦର୍ଶନ ସାରି ଫେରିବା ବେଳେ ଘନ କୁହୁଡ଼ି ହେବା କାରଣରୁ କଟକ-ସମ୍ବଲପୁର ରାସ୍ତାର ଦ୍ଵାରବତୀପୁର ଗାଁ ପାଖରେ ବସ୍‌ଟି ଓଲଟି ପଡ଼ିଥିଲା । ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛି । ଏହା ସହ ଗୁରୁତରଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରାଇଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.