ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଟିପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ ;୪ ମୃତ, ୧୩ ଗୁରୁତର

Published By : Anindita Ratha | January 17, 2025 10:18 AM

ନୂଆଦିଲ୍ଲୀ ,୧୭/୦୧:  ଆନ୍ଧ୍ରପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।  ଟିପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି ।  ଆନ୍ଧ୍ରପ୍ରଦେଶର ଚିତୋର ଜିଲ୍ଲାର ଗଙ୍ଗାସଗାରାମ ନିକଟରେ ଏହି ଘଟଣା ଘିଟିଛି। ଏନେଇ ସମସ୍ତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ଏହି ଘରୋଇ ବସଟି ତିରୁପତିରୁ ମଦୁରାଇ ଅଭିମୁଖେ ଯାଉଥିଲା । ଏହି ସମୟରେ ବସଟି ଭାରସାମ୍ୟ ହରାଇ ଏକ ଟିପରକୁ ଧକ୍କା ଦେଇଥିଲା । ଯାହାପରେ ବସଟି ୨୦ ଫୁଟ ତଳକୁ  ଖସି ଏକ ଇଲେକ୍ଟ୍ରିକ ପୋଲକୁ  ଧକ୍କା ଦେଇଥିଲା ।  ଫଳରେ ଖୁଣ୍ଟଟି ବସ ଉପରେ ପଡିବା କାରଣରୁ ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏନେଇ  ଖବର ପାଇ  ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଥିଲା । ଆହତ ଯାତ୍ରୀମାନଙ୍କୁ ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୋଲିସ ଏହି ଘଟଣାକୁ ନେଇ ଏକ ମାମଲା ରୁଜୁ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି । ଚିତୋର  ଜିଲ୍ଲା ପ୍ରଶାସନ ଡା଼କ୍ତରଖାନାକୁ ଯାଇ ପରିସ୍ଥିତିର ସମୀକ୍ଷା କରିଛନ୍ତି । ଏଥିସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇବା ପାଇଁ ସେ ଡାକ୍ତରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.