ପ୍ରମୂଖ ଖବର
  • ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ
  • ||
  • Terrorist Attack:ଭୁବନେଶ୍ଵର ଆସିବ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ, ରେମୁଣା ସରଗାଁରେ ହେବ ଅନ୍ତିମ ସଂସ୍କାର
  • ||
  • ସୁନ୍ଦରଗଡ ନାବାଳିକା ଦୁଷ୍କର୍ମ ଘଟଣା : ମାମଲାର ପୁନର୍ବିଚାର ପାଇଁ ତଳ କୋର୍ଟକୁ ପଠାଇ ଦେଲେ ହାଇକୋର୍ଟ
  • ||
  • ନୂଆପଡ଼ା : ଜେଠୁପାଲି ଗାଁରେ ପୋଲିସର ଚଢ଼ାଉ: ୨୩ ଜୁଆଡ଼ି ଗିରଫ, ନଗଦ ୪୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ଜାମ୍ମୁକାଶ୍ମୀରରେ ଫସିଲେ ରାଉରକେଲା ପର୍ଯ୍ୟଟକ, ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଶାସନକୁ ଅନୁରୋଧ କଲେ ଭଉଣୀ
  • ||
  • ଖୋର୍ଦ୍ଧା : ମିଶନ ଶକ୍ତି କାଫେରୁ ଚୋରି, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ଅପରାହ୍ନ ୫ଟାରୁ ରାତି ୧୦ଟା ଦର୍ଶନ ମନା
  • ||
  • ୱାଙ୍ଖଡ଼େ ପରାଜୟର ପ୍ରତିଶୋଧ ଉପଲ୍‌ରେ, ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନରାଇଜର୍ସ
  • ||
  • ବୁଧବାର କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • କନ୍ଧମାଳ : ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ତିନି ଗୁରୁତର
  • ||
  • କଟକ : ଦୋଳମୁଣ୍ଡାଇ ଛକ ନିକଟସ୍ଥ ଦୋକାନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||

ଜିଲ୍ଲାପାଳଙ୍କ ଜନ ଶୁଣାଣିକୁ ବିରୋଧ

Published By : Prameya | April 4, 2025 7:36 PM

କଟକ,୪/୪ : ଚୌଦ୍ଵାର ବାଣିପଦା ପଞ୍ଚାୟତରେ ଥିବା ଇଡ଼କୋ ଜମିରେ ଓଡ଼ିଶା ସରକାରଙ୍କ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାୟୋ ମେଡ଼ିକାଲ ବର୍ଜ୍ୟ ବସ୍ତୁ ପରିଚାଳନା ପ୍ରକଳ୍ପ ସ୍ଥାପନ କରାଯିବ । ଏ ନେଇ ଆଜି ହେବାକୁ ଥିବା ଜନ ଶୁଣାଣିକୁ ସ୍ଥାନୀୟ ଗ୍ରାମବାସୀ ବିରୋଧ କରିଛନ୍ତି । ଆଗାମୀ ଦିନରେ ସରକାରଙ୍କ ପକ୍ଷରୁ ଅନ୍ୟ ଏକ ତାରିଖ ନିର୍ଦ୍ଧାରିତ କରାଯାଇ ଜନ ଶୁଣାଣି କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି । 

ଅନ୍ୟ ପକ୍ଷରେ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିଛନ୍ତି । କହିଛନ୍ତି ଏଠାରେ ପ୍ରକଳ୍ପ ନିର୍ମାଣ କରାଗଲେ ପରିବେଶ ପ୍ରଦୂଷଣ ହେବା ସହ ଏହାର ପ୍ରଭାବ ଜନବସତି ଉପରେ ପଡ଼ିବ । ତେଣୁ ଏହି ଅଞ୍ଚଳରେ ଏବେ କି ଆଗାମୀ ଭବିଷ୍ୟତରେ ଏହି ପ୍ରକଳ୍ପ କଲେ ଏହାକୁ ବିରୋଧ କରାଯିବ । ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ହେବାର ଆଶଙ୍କାରେ ଚୌଦ୍ଵାର ଥାନା ଆଇଆଇସିଙ୍କ ସମେତ ଶହେରୁ ଅଧିକ ପୋଲିସ ନିୟୋଜିତ ହୋଇଥିଲେ । ତେବେ ସ୍ଥାନୀୟ ଲୋକଙ୍କ ବିରୋଧ ହେବା ଫଳରେ ଉପସ୍ଥିତ ଅଧିକାରୀ ମାନେ ଫେରି ଯାଇଥିବା ଦେଖିବାକୁ ମିଳିଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.