ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

କୋଲକାତା ମାମଲା: ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିବେ ଆନ୍ଦୋଳନରତ ଡାକ୍ତର !

କୋଲକାତା: ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାକୁ ନେଇ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗ ଦେବାକୁ ଉଭୟ ସୁପ୍ରିମକୋର୍ଟ ଏବଂ ରାଜ୍ୟ ସରକାର କହିବା ପରେ ମଧ୍ୟ ଡାକ୍ତରମାନେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଅଡ଼ି ବସିଛନ୍ତି ଶତାଧିକ ଡାକ୍ତର । ଏହାରି ମଧ୍ୟରେ ପଶ୍ଚିମବଙ୍ଗ ସରକାର ଆନ୍ଦୋଳନରତ ଡାକ୍ତରଙ୍କୁ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି । ଆଜି ସନ୍ଧ୍ୟା ୬ରେ ଡାକ୍ତର ଏବଂ ସରକାରଙ୍କ ମଧ୍ୟରେ ଆଲୋଚନା ହେବାକୁ ଯାଉଛି । 

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଙ୍କ ସହ ଆଲୋଚନା କରିବା ଲାଗି ୧୨-୧୫ ଜଣ ସଦସ୍ୟଙ୍କୁ ନେଇ ଏକ ଟିମ୍‌ ଗଠନ କରିଥିବା ଜଣାପଡ଼ିଛି ।  ଏହା ପୂର୍ବରୁ ମଧ୍ୟ ଡାକ୍ତରମାନଙ୍କୁ ଆଲୋଚନା କରିବା ଲାଗି ଆମନ୍ତ୍ରଣ କରିଥିଲେ ମୁଖ୍ୟମନ୍ତ୍ରୀ । ହେଲେ ଏହାକୁ ସେମାନେ ପ୍ରତ୍ୟାଖାନ କରିଦେଇଥିଲେ । ଡାକ୍ତରମାନେ କୋଲକାତାର ସ୍ବାସ୍ଥ୍ୟ ଭବନ ସାମ୍ନାରେ ଆନ୍ଦୋଳନ ଜାରି ରଖିଛନ୍ତି । ଅଗଷ୍ଟ ୯ ମାମଲାରେ ଦୋଷୀଙ୍କୁ ଦଣ୍ଡ ମିଳୁ ଏବଂ ଯେଉଁମାନେ ମାମଲାକୁ ଚାପି ଦେବାକୁ ଚେଷ୍ଟା କରିଥିଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଆନ୍ଦୋଳନରତ ଡାକ୍ତର । 

ଏହା ବ୍ୟତୀତ ସେମାନେ କୋଲକାତା ପୋଲିସ କମିଶନରଙ୍କ ସମେତ ଅନ୍ୟ ଶୀର୍ଷ ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି । ଡାକ୍ତରମାନଙ୍କ ପ୍ରତିନିଧି ଡ. ଅନିକେତ ମଣ୍ଡଳ କହିଛନ୍ତି ଯେ, ‘ଆମେ ଗଣମାଧ୍ୟମରୁ ଜାଣିବାକୁ ପାଇଲୁ ମୁଖ୍ୟମନ୍ତ୍ରୀ ଆମ ସହ ଆଲୋଚନା କରିବାକୁ ଚାହୁଁଛନ୍ତି । ଆମେ ମେଲ୍‌ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆମର ଦାବିଗୁଡ଼ିକ ପଠାଇ ଦେଇଛୁ । ଆମେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଛୁ ।’ 

କୋଲାକାତା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆରମ୍ଭ ହୋଇଥିବା ଡାକ୍ତର ଆନ୍ଦୋଳନ ଆଜି ୩୩ ଦିନରେ ପ୍ରବେଶ କରିଛି । ଏହାରି ମଧ୍ୟରେ ମାମଲାକୁ ନେଇ ବିଭିନ୍ନ ତଥ୍ୟ ସାମ୍ନାକୁ ଆସିଛି । ଦୁର୍ନୀତି ମାମଲାରେ ଆରଜି କର ମେଡିକାଲର ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିସାରିଛି । ଆନ୍ଦୋଳନରତ ଡାକ୍ତରମାନେ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଶୀର୍ଷ ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି । ବିଶେଷ କରି ସ୍ବାସ୍ଥ୍ୟ ସଚିବ ନାରାୟଣ ସ୍ବରୂପ ନିଗମଙ୍କ ଇସ୍ତଫା ଦାବି କରିଛନ୍ତି ଡାକ୍ତର । 

  • Kolkata doctor rape murder case
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.